ବିଜେପିରେ ମିଶିଲେ ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ : ଧର୍ମେନ୍ଦ୍ରଙ୍କ ଉପସ୍ଥିତିରେ ଶତାଧିକ ସମର୍ଥକଙ୍କ ସହ ଦଳରେ ଯୋଗ ଦେଲେ

Advertisment
ବିଜେପିରେ ମିଶିଲେ ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ : ଧର୍ମେନ୍ଦ୍ରଙ୍କ ଉପସ୍ଥିତିରେ ଶତାଧିକ ସମର୍ଥକଙ୍କ ସହ ଦଳରେ ଯୋଗ ଦେଲେ

କନକ ବ୍ୟୁରୋ : ବିଜେପିରେ ମିଶିଲେ ପୂର୍ବତନ ମନ୍ତ୍ରୀ ସଂଜୀବ ସାହୁ । ନିଜର ଶତାଧିକ ସମର୍ଥକଙ୍କ ସହ ସେ ବିଜେପିରେ ସାମିଲ ହୋଇଛନ୍ତି । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ଏହି ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ଉପସ୍ଥିତ ଥିଲେ । ନିକଟରେ ସେ ବିଜେଡି ଛାଡିଥିଲେ । ଗତ ବିଧାନସଭା ନିର୍ବାଚନରେ ବିଜେଡି ସଞ୍ଜୀବ ସାହୁଙ୍କୁ ପ୍ରାର୍ଥୀ କରି ନଥିଲା। ତାଛଡ଼ା ଲଗାତାର ଦଳରେ ଅଣଦେଖା କରାଯାଉଥିବାରୁ ସେ ଅସନ୍ତୁଷ୍ଟ ଥିଲେ। ସେ ବିଜେପିରେ ସାମିଲ ହେଉଥିବା ଚର୍ଚ୍ଚା ହେଉଥିଲା। ତାଙ୍କ ନିକଟତମ ମହଲରୁ ମଧ୍ୟ ଏଥିନେଇ ଆଭାସ ମିଳିଥିଲା।

ସଂଜୀବ ସାହୁ ବୀରମହାରାଜପୁର ଓ ଆଠମଲ୍ଲିକ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଦୁଇ ଥର ଲେଖାଏଁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଏହା ସାଙ୍ଗକୁ ବିଭିନ୍ନ ସମୟରେ ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା, ବିଜ୍ଞାନ ଓ କାରିଗରୀ କୌଶଳ, ପଞ୍ଚାୟତରାଜ, ପରିବହନ ଆଦି ବିଭାଗର ମନ୍ତ୍ରୀ ଭାବେ କାର୍ଯ୍ୟ କରିଛନ୍ତି । ଅନୁଗୁଳ ଜିଲ୍ଲାର ଜଣେ ପୁରୁଣା ବିଜେଡି ନେତା ଭାବେ ତାଙ୍କର ବେଶ୍ ଦବଦବା ରହିଥିଲା । ୨୦୦୩ ମସିହାରେ ବୀରମହାରାଜପୁର ଉପନିର୍ବାଚନରେ ସେ ବିଜେଡି ଟିକେଟରୁ ବିଜୟୀ ହୋଇଥିଲେ ।

୨୦୦୪ ନିର୍ବାଚନରେ ମଧ୍ୟ ଏହି ଆସନରୁ ବିଜେଡି ଟିକେଟରେ ଜିତି ସେ ବିଧାନସଭାକୁ ଯାଇଥିଲେ। ୨୦୦୯ ଓ ୨୦୧୪ ନିର୍ବାଚନରେ ଆଠମଲ୍ଲିକ ନିର୍ବାଚନମଣ୍ଡଳୀରୁ ବିଧାୟକ ଭାବେ ଜିତିଥିଲେ । ତେବେ ପ୍ୟାରୀମୋହନ ମହାପାତ୍ରଙ୍କ ମେ ୨୯ ‘ମିଡ୍ ନାଇଟ୍ ଅପରେସନ’ ପରେ ସେ ମୁଖ୍ୟମନ୍ତ୍ରୀଙ୍କ ଆକ୍ରୋଶର ଶିକାର ହେଲେ ଏବଂ ଦଳୀୟ ସାଂଗଠନିକ କାର୍ଯ୍ୟକଳାପରୁ ତାଙ୍କୁ ଦୂରେଇ ରଖାଗଲା। ଶେଷରେ ୨୦୧୯ ନିର୍ବାଚନରେ ବିଜେଡି ତାଙ୍କୁ ଆଉ ଟିକେଟ ମଧ୍ୟ ଦେଇ ନ ଥିଲା। ଏହାପରେ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe