କନକ ବ୍ୟୁରୋ : ରାଜ୍ୟରେ ଜାନୁଆରୀ ୮ ତାରିଖରୁ ଖୋଲିବ ସ୍କୁଲ । ଏହାସହ ଶନିବାର ଓ ରବିବାର ମଧ୍ୟ ପାଠପଢା ହେବ । ଏନେଇ ଘୋଷଣା କରିଛି ସ୍କୁଲ ଓ ଗଣ ଶିକ୍ଷା ବିଭାଗ । ବୋର୍ଡ ପରୀକ୍ଷା ପାଇଁ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପ୍ରସ୍ତୁତି ଓ ସର୍ବଭାରତୀୟ ସ୍ତରରେ ହେଉଥିବା ପ୍ରତିଯୋଗୀତା ପାଇଁ ପିଲାଙ୍କୁ ପ୍ରସ୍ତୁତି କରିବା ପାଇଁ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ହୋଇଛି ।
ଦଶମ ଶ୍ରେଣୀ ପିଲାଙ୍କ ପାଇଁ ଜାନୁଆରୀ ୮ରୁ ଏପ୍ରିଲ ୨୬ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ଜାନୁଆରୀ ୮ରୁ ଏପ୍ରିଲ ୨୮ ଯାଏଁ ସ୍କୁଲ ଚାଲିବ । ଶନିବାର ଓ ରବିବାରକୁ ମିଶାଇ ମୋଟ ୧୦୦ ଦିନ ଧରି ହେବ ପାଠପଢା । ପାଠପଢା ପାଇଁ ବିସ୍ତୃତ ମାର୍ଗଦର୍ଶିକା ମଧ୍ୟ ଜାରି କରାଯାଇଛି ।
ଏହାସହ ବୋର୍ଡ ପରୀକ୍ଷା ପାଇଁ ମଧ୍ୟ ତାରିଖ ଘୋଷଣା ହୋଇଛି । ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ମେ ୩ ତାରିଖରୁ ମେ ୧୫ ତାରିଖ ପର୍ଯ୍ୟନ୍ତ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମେ ୧୫ରୁ ଜୁନ ୧୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ସେହିପରି ଦଶମ ଶ୍ରେଣୀ ପିଲାଙ୍କ ପ୍ରକ୍ଟିକାଲ ପରୀକ୍ଷା ଏପ୍ରିଲ ୨୭ରୁ ମେ ୨ ଓ ଦ୍ୱାଦଶ ପିଲାଙ୍କ ପ୍ରାକ୍ଟିକାଲ ପରୀକ୍ଷା ଏପ୍ରିଲ ୨୯ରୁ ମେ ୧୪ ଯାଏଁ ହେବ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/01/WhatsApp-Image-2021-01-02-at-7.02.08-PM.jpeg)