କନକ ବ୍ୟୁରୋ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏହାକୁ ନେଇ ଟୁଇଟ କରି ନିଜର ପ୍ରତିକ୍ରିୟା ରଖିଛନ୍ତି । ଦେଶର ଅନ୍ନଦାତା ଆନ୍ଦୋଳନ ମାଧ୍ୟମରେ ଅହଂକାରର ମୁଣ୍ଡ ତଳକୁ ନୁଆଁଇଛନ୍ତି । ଅନ୍ୟାୟ ବିରୋଧରେ ହୋଇଥିବା ଏହି ବିଜୟକୁ ସ୍ୱାଗତ ଜଣାଇଛନ୍ତି ରାହୁଲ । ଜୟ ହିନ୍ଦ୍ ଏବଂ ଜୟ କିସାନ ବୋଲି କହିଛନ୍ତି ରାହୁଲ ।
देश के अन्नदाता ने सत्याग्रह से अहंकार का सर झुका दिया।
अन्याय के खिलाफ़ ये जीत मुबारक हो!जय हिंद, जय हिंद का किसान!#FarmersProtesthttps://t.co/enrWm6f3Sq
— Rahul Gandhi (@RahulGandhi) November 19, 2021
ସେପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୩ କୃଷି ଆଇନ ପ୍ରତ୍ୟାହାର କରିବା ନେଇ ଘୋଷଣା କରିବା ପରେ ଚାଷୀ ନେତା ରାକେଶ ଟିକାୟତ ଟୁଇଟ କରି ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଚାଷୀ ଆନ୍ଦୋଳନ ଏବେ ପ୍ରତ୍ୟାହର ହେବନି । ସଂସଦରେ ଯେ ପର୍ଯ୍ୟନ୍ତ କୃଷି ଆଇନ ପ୍ରତ୍ୟାହାର ନହୋଇଛି ସେ ପର୍ଯ୍ୟନ୍ତ ଅପେକ୍ଷା କରିବୁ ବୋଲି କହିଛନ୍ତି ରାକେଶ ଟିକାୟତ ।
ତେବେ ପ୍ରତ୍ୟାହାର ହେଲା ତିନି ନୂଆ କୃଷି ଆଇନ । ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବଡ଼ ଘୋଷଣା କରିଛନ୍ତି । ଆନ୍ଦୋଳନରତ କୃଷକଙ୍କୁ ଘରକୁ ଯିବାକୁ କହିଛନ୍ତି ପ୍ରଧାନମନ୍ତ୍ରୀ । ଚଳିତ ସଂସଦ ଅଧିବେଶନରେ ଆଇନ ପ୍ରତ୍ୟାହାର ନେଇ ସାମ୍ବିଧାନିକ ପ୍ରକ୍ରିୟା ଶେଷ କରାଯିବ । ମୋଦି କହିଛନ୍ତି, କୃଷିରେ ସୁଧାର ଆଣିବା ପାଇଁ ସରକାର ତିନିଟି ନୂଆ ଆଇନ ଆଣିଥିଲେ । ଏହା ଦ୍ୱାରା କ୍ଷୁଦ୍ର ଚାଷୀଙ୍କୁ ଅଧିକ ଶକ୍ତି ମିଳିଥାନ୍ତା ।
ନୂଆ ଆଇନ ପାଇଁ ଦୀର୍ଘ ବର୍ଷ ଧରି କୃଷକ, ବିଶେଷଜ୍ଞ, ଅର୍ଥଶାସ୍ତ୍ରୀ ଦାବି ହୋଇ ଆସୁଥିଲା । ଯେତେବେଳେ ନୂଆ ଆଇନ ଆସିଥିଲା ସଂସଦରେ ଚର୍ଚ୍ଚା ହୋଇଥିଲା । ଦେଶର କୃଷକ ଓ କୃଷକ ସଂଗଠନ ଏହାକୁ ସ୍ୱାଗତ କରିଥିଲେ । ହେଲେ ନୂଆ ଆଇନ ନେଇ ଗୋଟିଏ କୃଷକ ଗୋଷ୍ଠୀ ବିରୋଧ କରୁଥିଲେ । ତେଣୁ କୃଷକଙ୍କ ସ୍ୱାର୍ଥ ପାଇଁ ତିନି ନୂଆ କୃଷି ଆଇନକୁ ପ୍ରତ୍ୟାହାର କରାଯାଇଥିବା ମୋଦି ଘୋଷଣା କରିଛନ୍ତି ।