କନକ ବ୍ୟୁରୋ: ୫ ସ୍ତ୍ରୀଙ୍କ ସ୍ୱାମୀ ରଙ୍ଗିଲା ସତ୍ୟଜିତ ସାମଲଙ୍କୁ ରିମାଣ୍ଡରେ ନେବ କମିଶନରେଟ ପୋଲିସ । ଆଜିଠୁ ରିମାଣ୍ଡରେ ନେଇ ଅଧିକ ପଚରାଉଚରା କରିବ ପୋଲିସ । ରିମାଣ୍ଡ ପରେ ଖୋଲିବ ପ୍ରେମିକ କେଳେଙ୍କାରୀର ଗୁମର ଖୋଲିବ ।
ନିଜକୁ ଆଇବି ଇନ୍ସପେକ୍ଟର ବୋଲି ପରିଚୟ ଦେଉଥିଲା ସତ୍ୟଜିତ। ଫୋନ କରି ଯୁବତୀ ଓ ମହିଳାଙ୍କୁ ପ୍ରେମ ନିବେଦନ କରୁଥିଲା। କିଛି ମହିଳାଙ୍କୁ ବିବାହ ମଧ୍ୟ କରିଥିଲା। ଲାଇନରେ ଥିଲେ ଆହୁରି ୪୯ ମହିଳା । ଜଣେ ମହିଳା ପୁଲିସଙ୍କ ସହ କଥା ହେଉ ହେଉ ପୁରା ମାମଲାର ଖିଅ ଧରାପଡ଼ିଥିଲା। ଏବେ ପୂରା ଘଟଣା ସାମ୍ନାକୁ ଆସିଛି ।
ସତ୍ୟଜିତ ନିଜକୁ ଗୁଇନ୍ଦା ବିଭାଗର ଇନ୍ସପେକ୍ଟର କହି ମହିଳାଙ୍କୁ ଠକୁଥିଲେ। ବିଧବା ମହିଳା ଓ ଡିଭୋର୍ସିଙ୍କୁ ଟାର୍ଗେଟ କରି ଟଙ୍କା ଠକେଇ କରୁଥିଲେ। ମହିଳାଙ୍କୁ ଫସାଇ ବାହା ହେବା ପରେ ତାଙ୍କ ନାଁରେ ଲୋନ ନେଇ ମଉଜ କରୁଥିଲେ। ଆଉ ଧରାପଡ଼ିବା ପୂର୍ବରୁ ବିଦେଶ ଖସି ଯାଉଥିଲା । ଏବେ ରିମାଣ୍ଡରେ ଯିବା ପରେ ରଙ୍ଗିଲା ସତ୍ୟଜିତର ସବୁ ଗୁମର ଖୋଲିବ । ୪୯ ପତ୍ନୀଙ୍କ ବାବଦରେ ଏବଂ ଲୋନ କରିଥିବା ଗାଡ଼ି, ଆକାଉଣ୍ଟ, ଟଙ୍କା କାରବାରକୁ ନେଇ ଖୋଲାତାଡ଼ କରାଯିବ । ସତ୍ୟଜିତକୁ ୧୦ ଦିନ ରିମାଣ୍ଡରେ ନେବାକୁ ଆବେଦନ କରିଥିଲା ପୋଲିସ ।