କନକ ବ୍ୟୁରୋ : ଆଜି ସାବିତ୍ରୀ ଓଷା । ସ୍ୱାମୀଙ୍କ ମଙ୍ଗଳ ଓ ଦୀର୍ଘାୟୁ କାମନା କରି ବ୍ରତ ପାଳୁଛନ୍ତି ହିନ୍ଦୁ ସଧବା ମହିଳା । ସାବିତ୍ରୀଙ୍କ ପତିଭକ୍ତିକୁ ମନେ ପକାଇ କରୁଛନ୍ତି ପୂଜାର୍ଚ୍ଚନା । ସକାଳ ହେଉ ହେଉ ମଥାରେ ସିନ୍ଦୁର, ହାତରେ ନୂଆ ଚୁଡି, ରଙ୍ଗ ବେରଙ୍ଗ ଶାଢୀରେ ସଜେଇ ହୋଇ କେହି କେହି ସଧବା ମହିଳା ମନ୍ଦିରରେ ପହଞ୍ଚିଛନ୍ତି ତ ଆଉ କେହି ଘରେ ପୂଜା କରନ୍ତି ।

Kanak News is now on WhatsApp
Join and get latest news updates delivered to you via WhatsApp
ଓଡିଆ ଘରର ପରମ୍ପରା ଅନୁସାରେ ବିବାହିତ ମହିଳାମାନେ ସ୍ୱାମୀଙ୍କ ଦୀର୍ଘ ଜୀବନ କାମନା ପାଇଁ ସାବିତ୍ରୀ ବ୍ରତ ପାଳନ କରିଥାଆନ୍ତି । ହିନ୍ଦୁ ମହିଳାମାନେ ପ୍ରତିବର୍ଷ ଏହି ଦିନକୁ ଇଙ୍ଗ ଉତ୍ସାହର ସହିତ ଅପେକ୍ଷା କରିଥାଆନ୍ତି ।