ଆଉ ୪ ଦିନ ପାଇଁ ବନ୍ଦ ହେଲା ଭୁବନେଶ୍ୱର ୟୁନିଟ୍-୧ ସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କ୍ ମୁଖ୍ୟ କାର୍ଯ୍ୟାଳୟ ।

Advertisment
ଆଉ ୪ ଦିନ ପାଇଁ ବନ୍ଦ ହେଲା ଭୁବନେଶ୍ୱର ୟୁନିଟ୍-୧ ସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କ୍ ମୁଖ୍ୟ କାର୍ଯ୍ୟାଳୟ ।

କନକ ବ୍ୟୁରୋ : ଭୁବନେଶ୍ୱର ୟୁନିଟ୍-୧ ସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କ ମୁଖ୍ୟ କାର୍ଯ୍ୟାଳୟ ଆଉ ୪ ଦିନ ବନ୍ଦ ରହିବ । କାର୍ଯ୍ୟାଳୟରୁ ଅଧିକ ସଂକ୍ରମିତ ଚିହ୍ନଟ ପରେ ବିଏମସି ପକ୍ଷରୁ ଏଭଳି ନିଷ୍ପତି ନିଆଯାଇଛି । ଆଜିଠୁ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ପୂରା କାର୍ଯ୍ୟାଳୟ । ଦୁଇ ଦିନ ଅଫିସ ସିଲ୍ ହୋଇଥିବା ବେଳେ ୧୦ ତାରିଖ ଦ୍ୱିତୀୟ ଶନିବାର ଓ ୧୧ ତାରିଖ ରବିବାର ପଡୁଥିବାରୁ ବନ୍ଦ ରହିବ ବ୍ୟାଙ୍କ କାର୍ଯ୍ୟାଳୟ ।

ପୂର୍ବରୁ ଏକାଧିକ ସଂକ୍ରମିତ ଚିହ୍ନଟ ହୋଇଥିବା କାରଣରୁ ଏହି କାର୍ଯ୍ୟାଳୟକୁ ୨ ଦିନ ଅଥାର୍ତ ୪୮ ଘଣ୍ଟା ସିଲ୍ କରିଥିଲା ବିଏମସି । ତେଣୁ ଲୋକଙ୍କୁ ମୁଖ୍ୟ କାର୍ଯ୍ୟାଳୟକୁ ନଆସି ଅନଲାଇନରେ କାରବାର କରିବାକୁ କୁହାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe