ଆସନ୍ତାକାଲି ବନ୍ଦ ରହିବ ରାଜ୍ୟର ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ । ଜାଣନ୍ତୁ, କାରଣ କ’ଣ ?

2,275

କନକ ବ୍ୟୁରୋ: ଆସନ୍ତାକାଲି ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଓ କଲେଜ ବନ୍ଦ ରହିବ । ପଞ୍ଚାୟତିରାଜ ଦିବସ ଉପଲକ୍ଷେ ରାଜ୍ୟର ସମସ୍ତ ସରକାରୀ, ବେସରକାରୀ କଲେଜ ଏବଂ ବିଶ୍ୱବିଦ୍ୟାଳୟ ବନ୍ଦ ରହିବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନୋଟିସ୍ ଜାରି ହୋଇଛି । ଏନେଇ ଉଚ୍ଚଶିକ୍ଷା ବିଭାଗର ସଚିବ ଶାଶ୍ୱତ ମିଶ୍ର ସମସ୍ତ କଲେଜର ପ୍ରିନ୍ସିପାଲ ଓ ବିଶ୍ୱବିଦ୍ୟାଳୟର କୁଳପତିଙ୍କୁ ଚିଠି ଲେଖି ଜଣାଇଛନ୍ତି । ଚିଠିରେ ଉଲ୍ଲେଖ କରାଯାଇଛି ଯେ, ଆସନ୍ତାକାଲି ରାଜ୍ୟରେ ପଞ୍ଚାୟତିରାଜ ଦିବସ ପାଳନ ହେବାକୁ ଥିବାରୁ ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ ବନ୍ଦ ରହିବ ।