୨୮ ଓ ୨୯ ତାରିଖ ସ୍କୁଲ ଛୁଟି ଘୋଷଣା । ଦୋଳ ପୂର୍ଣ୍ଣିମା ଓ ହୋଲି ପାଇଁ ଛୁଟି ଘୋଷଣା କଲା ଗଣଶିକ୍ଷା ବିଭାଗ

Advertisment
୨୮ ଓ ୨୯ ତାରିଖ ସ୍କୁଲ ଛୁଟି ଘୋଷଣା । ଦୋଳ ପୂର୍ଣ୍ଣିମା ଓ ହୋଲି ପାଇଁ ଛୁଟି ଘୋଷଣା କଲା ଗଣଶିକ୍ଷା ବିଭାଗ

କନକ ବ୍ୟୁରୋ: ୨୮ ଓ ୨୯ ତାରିଖ ସ୍କୁଲ ଛୁଟି ଘୋଷଣା କଲା ଗଣଶିକ୍ଷା ବିଭାଗ । ଗଣଶିକ୍ଷା ଅଧିନ ଶିକ୍ଷାନୁଷ୍ଠାନ ଗୁଡିକ ୨ ଦିନ ବନ୍ଦ ରହିବ । ଦୋଳ ପୂର୍ଣ୍ଣିମା ଓ ହୋଲି ପାଇଁ ଛୁଟି ଘୋଷଣା କଲା ଗଣଶିକ୍ଷା ବିଭାଗ । ତେବେ ଏନେଇ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ଅତିରିକ୍ତ ଶାସନ ସଚିବ ।

ଗତ ବର୍ଷ କରୋନା କାଳରେ ସମସ୍ତ ସ୍କୁଲ ବନ୍ଦ ରହିଥିଲା । ଦୀର୍ଘ ଦିନର ବ୍ୟବଧାନ ପରେ ଏବେ ପୁଣି ଖୋଲିଛି ସ୍କୁଲ । ତେବେ ଏବେ ବି କରୋନା କାୟା ଜାରି ରହିଛି । ଏହାରି ମଧ୍ୟରେ ହୋଲି ଓ ଦୋଳକୁ ନେଇ ଛୁଟି ଘୋଷଣା ହୋଇଛି । ଏଥର ହୋଲି ଘରେ ରହି ପାଳନ କରିବାକୁ ସରକାର ପରାମର୍ଶ ଦେଇଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe