ମାଧ୍ୟମିକ ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇ ୧୫ରୁ ଉର୍ଦ୍ଧ୍ୱ ଛାତ୍ରୀ ଅସୁସ୍ଥ

Advertisment
ମାଧ୍ୟମିକ ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇ ୧୫ରୁ ଉର୍ଦ୍ଧ୍ୱ ଛାତ୍ରୀ ଅସୁସ୍ଥ

କନକ ବ୍ୟୁରୋ : ବରଖୁରୀ ମାଧ୍ୟମିକ ସ୍କୁଲର ଛାତ୍ରୀ ଅସୁସ୍ଥ । ମଧ୍ୟାହ୍ନ ଭୋଜନ ଖାଇ ୧୫ରୁ ଉର୍ଦ୍ଧ୍ୱ ଛାତ୍ରୀ ଅସୁସ୍ଥ ହୋଇଛନ୍ତି । ଖେଳୁଥିବା ବେଳେ ହଠାତ୍ ଛାତ୍ରୀମାନେ ଅସୁସ୍ଥ ହୋଇପଡିଥିଲେ । ତାଙ୍କ ଛାତି ଓ ମୁଣ୍ଡରେ ଯନ୍ତ୍ରଣା ଅନୁଭବ ହେଉଥିବା ସୂଚନା ମିଳିଛି । ବିଦ୍ୟାଳୟର ଶିକ୍ଷକ ଓ ସ୍ଥାନୀୟ ଲୋକ ଛାତ୍ରୀମାନଙ୍କୁ ଉଦ୍ଧାର କରି ସୋର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଏହି ଉଦ୍ଧାର କାର୍ଯ୍ୟରେ ୩ଟି ୧୦୮ ଆମ୍ବୁଲାନ୍ସ ନିୟୋଜିତ ହୋଇଥିଲେ । ୨ଜଣଙ୍କୁ ବାଲେଶ୍ଵର ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe