କନକ ବ୍ୟୁରୋ: ହିଟ୍ ୱେଭ ପାଇଁ ସମ୍ବଲପୁରରେ ବଦଳିଲା ସ୍କୁଲ ସମୟ । ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ସକାଳ ସାଢ଼େ ୬ରୁ ସାଢ଼େ ୧୦ଟା ଯାଏଁ ଖୋଲା ରହିବ । ସେହିପରି ଶ୍ରମିକମାନେ ଦିନ ୧୧ଟାରୁ ଅପରାହ୍ନ ସାଢ଼େ ୩ଟା ଯାଏ କାମ କରିବା ଉପରେ କଟକଣା ଜାରି କରାଯାଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏଭଳି ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ଜିଲ୍ଲାର ସମସ୍ତ ଡାକ୍ତରଖାନାରେ ଅଂଶୁଘାତ ୱାର୍ଡ ଖୋଲିବା ନେଇ ନିର୍ଦେଶ ସହ ନିଜେ ଏହାର ସମୀକ୍ଷା କରିଛନ୍ତି । ସେହିପରି ଜଳଛତ୍ର ଖୋଲିବା ସହ ପାନୀୟ ଜଳ ସମସ୍ୟା ଥିବା ଅଞ୍ଚଳରେ ଟ୍ୟାଙ୍କର ମାଧ୍ୟମରେ ପାଣି ଯୋଗାଣ କରିବାକୁ କୁହାଯାଇଛି । ଏନେଇ ଜିଲ୍ଲାର ସମସ୍ତ ବିଡିଓ, ତହସିଲଦାର, ସିଡିଏମଓ, ଡିଇଓ ଓ ବିଇଓଙ୍କୁ ନିର୍ଦ୍ଦେଶନାମା ଜାରି କରାଯାଇଛି ।