କନକ ବ୍ୟୁରୋ : ପୂଜା ଛୁଟି ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସ୍କୁଲ ଓ କଲେଜ ବନ୍ଦ । କରୋନା ମହାମାରୀକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଭିଡ଼ିଓ କନଫରେନ୍ସିଂରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ ପରିଚାଳନାର ସମୀକ୍ଷା କରିବା ପରେ ଏଭଳି ନିଷ୍ପତ୍ତି ନିଆଯାଇଛି । ବର୍ତ୍ତମାନ ସ୍ଥିତିରେ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ଉଦବେଗକୁ ଦୃଷ୍ଟିରେ ରଖି ପୂଜା ଛୁଟି ପର୍ଯ୍ୟନ୍ତ ସ୍କୁଲ ଓ କଲେଜ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ।
ଏହାସହ ଗ୍ରାମ୍ୟ ଅର୍ଥନୀତିର ପୁନଃରୁଦ୍ଧାର ପାଇଁ ଅଧିକ ଋଣ ସହାୟତା, ଏମଏସଏମଇ, କୃଷି, ମତ୍ସ୍ୟ ଓ ପଶୁପାଳନ ଏବଂ ଏସଏଚଜି ଉପରେ ଅଧିକ ଫୋକସ୍ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ସେହିଭଳି କୋଭିଡ ଯୋଗୁଁ ଅନ୍ୟ ରାଜ୍ୟରୁ ଆସିଥିବା ବ୍ୟକ୍ତି ଯେପରି ଓଡିଶାରେ ରୋଜଗାର ପାଇପାରିବେ, ସେଥିପାଇଁ ସେମାନଙ୍କୁ ଛୋଟ ଛୋଟ ବ୍ୟବସାୟ ପାଇଁ ରିହାତିରେ ଋଣ ଯୋଗାଇ ଦିଆଯିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି । ଏହାଛଡା ଏସଏଚଜି ମହିଳାଙ୍କୁ ଯେପରି ସହଜରେ ଋଣ ମିଳିପାରିବ ସେଥିପ୍ରତି ଦୃଷ୍ଟି ଦେବାକୁ କହିଛନ୍ତି ନବୀନ । ଚାଷୀ ମାନଙ୍କୁ ସୁବିଧାରେ ଓ ଶୀଘ୍ର ଯେପରି କୃଷି ଋଣ ଏବଂ ସହାୟତା ଯୋଗାଇ ଦିଆଯିବ ତାହା ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
କୋଭିଡ ପରିଚାଳନା ସଂପର୍କରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାମାରୀ ସମୟରେ ଆତ୍ମସନ୍ତୋଷ ହିଁ ସବୁଠାରୁ ବଡ ଶତ୍ରୁ । ତେଣୁ ସାଧାରଣ ଲୋକ ହୁଅନ୍ତୁ, ବା ସରକାରୀ କର୍ମଚାରୀ ସମସ୍ତେ ଏଥିପ୍ରତି ସତର୍କ ରହି କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ରାଜ୍ୟରେ ଅଧିକ କରୋନା ପରୀକ୍ଷା ହେଉଥିବା ବେଳେ ସଂକ୍ରମଣ ଓ ମୃତ୍ୟୁ ହାର କମିଥିବାରୁ ଖୁସିବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ସେହିଭଳି ସହିଦ୍ କୋଭିଡ ଯୋଦ୍ଧା ମାନଙ୍କର ବ୍ୟକ୍ତିଗତ ପାଉଣା ଆସନ୍ତା ଶୁକ୍ରବାର ସୁଦ୍ଧା ତାଙ୍କ ଆତ୍ମୀୟ ମାନଙ୍କୁ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ କଡା ନିର୍ଦ୍ଦେଶ ଦେଇଛନ୍ତି । ଏହାଛଡା ଲଗାଣ ବର୍ଷା ଓ ସମ୍ଭାବ୍ୟ ବନ୍ୟା ସମ୍ପର୍କରେ ମଧ୍ୟ ବୈଠକରେ ଆଲୋଚନା ହୋଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/08/12-27.jpg)