ଆସନ୍ତା କାଲି କୃଷକ ପାଳିବେ ଭାରତ ବନ୍ଦ । ରାଜ୍ୟରେ ସ୍କୁଲ, କଲେଜ, ବିଶ୍ୱ ବିଦ୍ୟାଳୟ ସବୁ ରହିବ ବନ୍ଦ ।

287

କନକ ବ୍ୟୁରୋ: ଆସନ୍ତାକାଲି ବନ୍ଦ ରହିବ ବିଶ୍ୱ ବିଦ୍ୟାଳୟ, କଲେଜ ଓ ସ୍କୁଲ । ଭାରତ ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ପଦକ୍ଷେପ ନିଆଯାଇଛି । କଲେଜ ବନ୍ଦ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦେଇଥିବା ବେଳେ ସ୍କୁଲ ବନ୍ଦ ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ମିଳିଛି । ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନିଆଯାଇଛି । କାଲି କୃଷକ ସାରା ଭାରତରେ ପାଳିବେ ଭାରତ ବନ୍ଦ ।

କେନ୍ଦ୍ର ସରକାରଙ୍କ ଦ୍ୱାରା ପାରିତ ୩ ଟି କୃଷି ବିଲକୁ ବିରୋଧ କରି କୃଷକ ମାନେ ଆନ୍ଦୋଳନ ଜାରି ରଖିଛନ୍ତି । ଆସନ୍ତା କାଲି ଏହି ଆନ୍ଦୋଳନକୁ ୪ ମାସ ପୁରିବାକୁ ଯାଉଥିବା ବେଳେ ଭାରତ ବନ୍ଦର ଡାକରା ଦେଇଛି ସଂଯୁକ୍ତ କିଷାନ ମୋର୍ଚ୍ଚା । ଆସନ୍ତା କାଲି ସକାଳ ୬ ରୁ ସନ୍ଧ୍ୟା ୬ ଟା ଯାଏ ଏହି ବନ୍ଦ ପାଳନ କରାଯିବ । ବନ୍ଦ ବେଳେ ପୁରା ଦେଶରେ ସଡକ, ରେଳ ପରିବହନ ସହ ବଜାର ବନ୍ଦ ରହିବ ବୋଲି କୁହାଯାଇଛି ।