କନକ ବ୍ୟୁରୋ : ଜୀବନ ନେଉଛି ସ୍କ୍ରବ ଟାଇଫର୍ସ । ବରଗଡ଼ରେ ସ୍କ୍ରବ ଟାଇର୍ଫ କୀଟ ଆକ୍ରମଣରେ ୫ ଜଣଙ୍କ ମୃତ୍ୟୁ ହୋଇଛି । ଏନେଇ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ସୂଚନା ଦେଇଛନ୍ତି । ବରଗଡ଼ର ଅତାବିରା, ଭେଡେନ, ବରପାଲିରୁ ଜଣେ ଲେଖାଏଁ ଚାଷୀଙ୍କ ମୃତ୍ୟୁ ହୋଇଥିବା ବେଳେ ଏବଂ ସୋହେଲ ବ୍ଳକର ୨ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଆହୁରି ୪ ଆକ୍ରାନ୍ତ ଚିହ୍ନଟ ପରେ ସ୍ଥାନୀୟ ଅଞ୍ଚଳରେ କୋକୁଆ ଭୟ ଖେଳି ଯାଇଛି ।

Advertisment

ଏହି ବିଶାକ୍ତ କୀଟକୁ ନେଇ ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି । ବିଶେଷକରି ଚାଷ ଜମିରେ ସ୍କ୍ରବ ଟାଇଫସ କୀଟ ଦେଖିବାକୁ ମିଳିଛି । ଚାଷ କାର୍ଯ୍ୟ ପାଇଁ ଚାଷୀ ବିଲକୁ ଯାଉଥିବାରୁ ସେମାନେ ଏହି କୀଟ ଆକ୍ରମଣର ଶୀକାର ହେଉଛନ୍ତି । ତେବେ ଏନେଇ ଲୋକଙ୍କୁ ସଚେତନ କରାଯିବା ସହ ରୋଗ ଚିହ୍ନଟ ପାଇଁ ପରୀକ୍ଷା କରଯାଉଛି । ଯଦି କୌଣସି ବ୍ୟକ୍ତିଙ୍କ ଠାରେ ଏହି ରୋଗର ଲକ୍ଷଣ ଦେଖାଦିଏ ତେବେ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନେବାକୁ କୁହାଯାଇଛି ।