କନକ ବ୍ୟୁରୋ: ରାଜ୍ୟରେ ଚିନ୍ତା ବଢ଼ାଉଛି ସ୍କ୍ରବ ଟାଇଫସ୍ । ବର୍ତମାନ ସୁଦ୍ଧା ୨ହଜାରରୁ ଅଧିକ ଲୋକେ ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହୋଇଛନ୍ତି । ୨୦ହଜାରରୁ ଅଧିକ ଆକ୍ରାନ୍ତ ହୋଇଥିବା ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ । ସଂକ୍ରମଣ ବଢ଼ୁଥିବାରୁ କେନ୍ଦ୍ରୀୟ ଟିମ୍ ଓଡ଼ିଶା ଗସ୍ତରେ ଆସି ୪ଟି ଜିଲ୍ଲାର ସ୍ଥିତି ଅନୁଧ୍ୟାନ କରିଛନ୍ତି । ସ୍କ୍ରବ୍ ଟାଇଫସ୍ ରୋଗୀଙ୍କୁ କେଉଁ ମେଡିସିନ୍ ଦିଆଯିବ, ତାହା ନିର୍ଦ୍ଧାରିତ କରାଯାଇଥିବା କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।