ଓଡିଶାରେ ଗଡିଲା ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ: ପୁରୀରୁ ରାଉରକେଲା ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

Advertisment
ଓଡିଶାରେ ଗଡିଲା ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ: ପୁରୀରୁ ରାଉରକେଲା ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

କନକ ବ୍ୟୁରୋ: ରାଜ୍ୟରେ ଗଡିଲା ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ । ଭିଡିଓ କନଫେରେନ୍ସିଂ ଜରିଆରେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏପଟେ ଭୁବନେଶ୍ୱର ରେଳ ଷ୍ଟେସନରେ ଉପସ୍ଥିତ ରହି, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସବୁଜ ପତାକା ଦେଖାଇବା ପରେ ଗଡିଛି ବନ୍ଦେ ଭାରତ ଏକ୍ସପ୍ରେସ ।.. ଏହି ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଶନିବାରକୁ ଛାଡ଼ି ସପ୍ତାହର ୬ ଦିନ ପୁରୀ ଓ ରାଉରକେଲା ମଧ୍ୟରେ ଏହା ଚଳାଚଳ କରିବ । ପୁରୀରୁ ରାଉରକେଲାକୁ ଏହି ଟ୍ରେନରେ ୮ ଘଂଟାରୁ କମ୍ ସମୟ ଲାଗିବ । ପୁରୀରୁ ସକାଳ ୫ଟା ବାହାରି ଦିନ ୧୨ଟା ୪୫ରେ ରାଉରକେଲାରେ ପହଂଚିବ । ସେହିପରି ରାଉରକେଲାରୁ ଦିନ ୨ଟା ୧୦ ମିନିଟରେ ଛାଡ଼ି ରାତି ୯ଟା ୪୦ରେ ପୁରୀରେ ପହଂଚିବ । ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଖୋର୍ଦ୍ଧାରୋଡ଼, ଭୁବନେଶ୍ୱର, କଟକ, ଢେଙ୍କାନାଳ, ତାଳଚେର ରୋଡ, ଅନୁଗୁଳ, ରେଢ଼ାଖୋଲ, ସମ୍ବଲପୁର ଓ ଝାରସୁଗୁଡ଼ା ଷ୍ଟେସନରେ ରହିବ । ଏହି ଟ୍ରେନରେ ଯାତ୍ରୀଙ୍କ ସୁବିଧା ପାଇଁ ଅତ୍ୟାଧୁନିକ ବ୍ୟବସ୍ଥା ରହିଛି । ଆଜି ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ ସହ ସାରା ଦେଶରେ ଅନ୍ୟ ୮ଟି ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ କରିଛନ୍ତି ପ୍ରଧାମନ୍ତ୍ରୀ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe