କନକ ବ୍ୟୁରୋ : ଆଜି ବଜେଟ୍ ଅଧିବଶେନର ଦ୍ୱିତୀୟ ଦିନ । ଆଜି ଗୃହରେ ବିଭିନ୍ନ ବିଭାଗର ପ୍ରଶ୍ନକାଳ ରହିଛି । ଏହା ସହ ଶୂନ୍ୟକାଳରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠିପାରେ । ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଗତ ହେବ । ଆସନ୍ତାକାଲି ଏହା ପରେ ଗୃହରେ ଆଲୋଚନା ହେବ ।
ଆସନ୍ତା ୮ ତାରିଖରେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ରାଜ୍ୟ ବଜେଟ୍ ଓ କାମଚଳା ବଜେଟ୍ ଗୃହରେ ଉପସ୍ଥାପନ କରିବେ । ସ୍ୱଳ୍ପ ଦିନର ବଜେଟ୍ ଅଧିବେଶନରେ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିଛନ୍ତି ବିରୋଧୀ ବିଜେପି ଓ କଂଗ୍ରେସ । ଜବାବ ଦେବାକୁ ଶାସକ ଦଳ ମଧ୍ୟ ପ୍ରସ୍ତୁତ ରହିଛି । ଗୃହକୁ ଶାନ୍ତିଶୃଙ୍ଖଳାର ସହ ପରିଚାଳନା କରିବା ପାଇଁ ବାଚସ୍ପତି ପ୍ରମିଳା ମଲ୍ଲିକ ସର୍ବଦଳୀୟ ବୈଠକରେ ଆଲୋଚନା କରିଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2024/02/4-7.jpg)