ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଆରମ୍ଭ । ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୬୨ ଲକ୍ଷରୁ ଅଧିକ ଭୋଟର

Advertisment
ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଆରମ୍ଭ । ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୬୨ ଲକ୍ଷରୁ ଅଧିକ ଭୋଟର

କନକ ବ୍ୟୁରୋ : ପଂଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି । ସକାଳ ୭ଟାରୁ ଦିନ ୧ଟା ଯାଏଁ ମତଦାନ ଗ୍ରହଣ କରାଯିବ । ରାଜ୍ୟର ୩୦ ଜିଲ୍ଲାର ୬୮ବ୍ଲକରେ ୧୮୬ ଜିଲ୍ଲାପରିଷଦ ଜୋନରେ ଭୋଟ ଗ୍ରହଣ ଆରମ୍ଭ ହୋଇଛି । ମତଦାନ ବେଳେ ଶାନ୍ତି ଶୃଙ୍ଖଳା ବଜାୟ ରଖିବାକୁ ମୁତୟନ ହୋଇଛନ୍ତି ୨୪୦ ପ୍ଲାଟୁନ ପୁଲିସ ଫୋର୍ସ । ୧୫୧୪ ପଂଚାୟତର ୨୦ହଜାର ୪୩୫ବୁଥରେ ଭୋଟଦେଇ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଜନତା । ସେଥିମଧ୍ୟରୁ ୩ ହଜାର ୬୫ଟି ସମ୍ବେଦନଶୀଳ ବୁଥ ଚିହ୍ନଟ ହୋଇଛି ।

ଦ୍ୱିତୀୟ ପର୍ଯ୍ୟାୟରେ ୬୨ ଲକ୍ଷ ୧୦ହଜାରରୁ ଅଧିକ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ । ସରପଂଚ, ୱାର୍ଡମେମ୍ବର, ସମିତି ସଭ୍ୟ ଓ ଜିଲ୍ଲାପରିଷଦ ସଦସ୍ୟ ପାଇଁ ୪ଟି ଭିନ୍ନ ଭିନ୍ନ ରଙ୍ଗର ବାଲଟ ପେପରରେ ଭୋଟରମାନେ ଭୋଟଦେବେ । ଏହି ପର୍ଯ୍ୟାୟରେ ବଡ ବଡ ନେତାଙ୍କ ଭାଗ୍ୟ ପରୀକ୍ଷା ହେବ । ଏମାନଙ୍କ ମଧ୍ୟରେ ଅଛନ୍ତି ବିଜେଡିର ବ୍ୟୋମକେଶ ରାୟ, ଦେବୀ ମିଶ୍ର ଉଷାଦେବୀ, ସମୀର ଦାସ ଓ ପଦ୍ମନାଭ ବେହେରା । ସେହିଭଳି କଂଗ୍ରେସର ତାରାବାହିନୀପତି, ରମେଶ ଜେନା ଓ ବିଜେପିର ମନମୋହନ ସାମଲଙ୍କ ଭଳି ନେତାଙ୍କ ବି ଭଗ୍ୟପରୀକ୍ଷା ହେବ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe