ମାଓ ଅଞ୍ଚଳ ପାଇଁ କଟକଣା: ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ

Advertisment
ମାଓ ଅଞ୍ଚଳ ପାଇଁ କଟକଣା: ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ

କନକ ବ୍ୟୁରୋ: ଓଡ଼ିଶାରେ ଏପ୍ରିଲ ୧୧ ତାରିଖରେ ପ୍ରଥମ ପର୍ଯ୍ୟାୟରେ ଅନୁଷ୍ଠିତ ହେବାକୁ ଥିବା ୩ଟି ଲୋକସଭା ଆସନ ଅନ୍ତର୍ଗତ ୧୯ଟି ମାଓ ଅଧ୍ୟୁଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ଦୁଇ ଘଣ୍ଟା ପୂର୍ବରୁ ମତଦାନ ସମ୍ପୂର୍ଣ୍ଣ କରିବାକୁ ଭାରତ ନିର୍ବାଚନ ଆୟୋଗ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ସହ ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର ଓ ବ୍ରହ୍ମପୁର ଲୋକସଭା ଆସନରେ ଆସୁଥିବା ମୋଟ ୧୯ଟି ବିଧାନସଭା ଆସନରେ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ। ବାକି ନିର୍ବାଚନ ମଣ୍ଡଳୀରେ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ପ ପର୍ଯ୍ୟନ୍ତ ଚାଲିବ।

publive-image https://www.aninews.in/

ଗତକାଲି ଭାରତ ନିର୍ବାଚନ କମିସନଙ୍କ ବିଜ୍ଞପ୍ତି ଅନୁଯାୟୀ, କଳାହାଣ୍ଡି ଲୋକସଭା ଆସନ ଅନ୍ତର୍ଗତ ମାଓ ଅଧ୍ୟୁଷିତ ନୂଆପଡ଼ା, ଖରିଆର, ଭବାନୀପାଟଣା, ନର୍ଲା, ଜୁନାଗଡ଼ ଓ ଧର୍ମଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀରେ ସକାଳ ୭ ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ। ସେହିପରି ନବରଙ୍ଗପୁର ଲୋକସଭା ନିର୍ବାଚନମଣ୍ଡଳୀର ଉମରକୋଟ, ଝରିଗାଁ, ଡାବୁଗାଁ, କୋଟପାଡ଼, ମାଲକାନଗିରି ଓ ଚିତ୍ରକୋଣ୍ଡା ବିଧାନସଭା ପାଇଁ ଭୋଟ ଗ୍ରହଣ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ ହେବ। ବ୍ରହ୍ମପୁର ଲୋକସଭା ଆସନରେ ଆସୁଥିବା ମୋହନା ବିଧାନସଭା ଆସନ ପାଇଁ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ। ସେହିପରି କୋରାପୁଟ ଲୋକସଭା ନିର୍ବାଚନମଣ୍ଡଳୀ ଅଧୀନରେ ଆସୁଥିବା ଗୁଣୁପୁର, ବିଷମ କଟକ, ରାୟଗଡ଼ା, ଲକ୍ଷ୍ମୀପୁର, କୋରାପୁଟ ଓ ପଟାଙ୍ଗୀ ବିଧାନସଭା ଆସନ ପାଇଁ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ।

publive-image

ବିଶ୍ବସ୍ତ ସୁତ୍ରରୁ ଜଣାପଡ଼ିଛି, ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନରେ ୪୦ଟି ବିଧାନସଭା ଆସନରେ ସକାଳ ୭ ଟାରୁ ଅପରାହ୍ନ ୪ଟା ପ ପର୍ଯ୍ୟନ୍ତ ଭୋଟ ଗ୍ରହଣ କରିବାକୁ ନିର୍ବାଚନ କମିସନ ନିଷ୍ପତ୍ତି ନେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe