ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି । ପୋଲିସ ଛାଉଣୀରେ ରାଜଧାନୀ ।  ଅପରାହ୍ନ ୪ଟା ୫୫ରେ ଶପଥଗ୍ରହଣ ସମାରୋହ । 

314

କନକ ବ୍ୟୁରୋ: ଆଜି ଅପରାହ୍ନ ୪ଟା ୫୫ରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି । ଏନେଇ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଶପଥ ପାଠ ପାଇଁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ବିଶେଷ କରି ଟ୍ରାଫିକ୍ ବ୍ୟବସ୍ଥାକୁ କଡାକଡି କରାଯାଇଛି ।

ବିଭିନ୍ନ ନାଁକୁ ନେଇ ଚର୍ଚ୍ଚା ଓ ଆକଳନ ପରେ ମୋହନ ମାଝୀଙ୍କ ଉପରେ ବିଜେପି ବିଧାୟକମାନେ ଓ କେନ୍ଦ୍ରୀୟ ନେତୃତ୍ୱ ଭରସା କରିଛନ୍ତି । ସେ ଆଜି ରାଜ୍ୟର ୧୫ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି । ଓଡ଼ିଶାରେ ବିଜେପି ପ୍ରଥମ ଥର ସରକାର ଗଢ଼ିବାକୁ ଯାଉଥିବା ବେଳେ ମୋହନ ମାଝୀ ହୋଇଛନ୍ତି ପ୍ରଥମ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ରେସରେ ଅନେକ ନେତା ଥିଲେ ।