ବରିଷ୍ଠ ଆଇଏଏସ ନିକୁଞ୍ଜ ବିହାରୀ ଧଳଙ୍କୁ ନୂଆ ଦାୟିତ୍ୱ: ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି

283

କନକ ବ୍ୟୁରୋ: ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେଲେ ନିକୁଞ୍ଜ ବିହାରୀ ଧଳ । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଜି ନୂଆ ମୁଖ୍ୟ ଶାସନ ସଚିବ ଭାବେ ମନୋଜ ଆହୁଜା ଦାୟିତ୍ୱ ନେବା ପରେ ନିକୁଞ୍ଜଙ୍କୁ ନୂଆ ଦାୟିତ୍ୱ ମିଳିଛି । ଏବେ ସେ ଓଡିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟରତ । ୧୯୯୩ ବ୍ୟାଚର ଏହି ଆଇଏଏସ ଅଫିସର ଓଡିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ହେବା ପୂର୍ବରୁ ସ୍ୱତନ୍ତ୍ର ରିଲିଫ୍ କମିଶନର ଓ ଶକ୍ତି ବିଭାଗର ସଚିବ ଭାବେ କାର୍ଯ୍ୟ କରୁଥିଲେ ।