ବରିଷ୍ଠ ସାମ୍ବାଦିକ ପ୍ରଫେସର ପ୍ରଦୀପ ମହାପାତ୍ରଙ୍କ ଦେହାନ୍ତ । ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ

Advertisment
ବରିଷ୍ଠ ସାମ୍ବାଦିକ ପ୍ରଫେସର ପ୍ରଦୀପ ମହାପାତ୍ରଙ୍କ ଦେହାନ୍ତ । ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ

କନକ ବ୍ୟୁରୋ : ବରିଷ୍ଠ ସାମ୍ବାଦିକ ତଥା ପ୍ରଫେସର ପ୍ରଦୀପ ମହାପାତ୍ରଙ୍କ ଦେହାନ୍ତ। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ବିଳମ୍ବିତ ରାତିରେ ୬୯ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ବ୍ରହ୍ମପୁର ସ୍ଥିତ ବାସଭବନରେ ମୃତଦେହ ପହଁଚିବା ପରେ ଆଜି ଶେଷକୃତ୍ୟ ସମ୍ପନ୍ନ କରାଯିବ। ଅସୁସ୍ଥତା କାରଣରୁ କିଛି ଦିନ ପୂର୍ବରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇ ଚିକିତ୍ସା ଚାଲିଥିଲା। ନିମୋନିଆ ଯୋଗୁଁ ଫୁସଫୁସ ଗୁରୁତର ଭାବେ ଆକ୍ରାନ୍ତ ହେବା କାରଣରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। ଗତକାଲି ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ପ୍ରଫେସର ପ୍ରଦୀପ ମହାପାତ୍ର ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସାମ୍ବାଦିକତା ଏବଂ ଗଣଯୋଗାଯୋଗ ବିଭାଗର ଅବସରପ୍ରାପ୍ତ ବିଭାଗୀୟ ମୁଖ୍ୟ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe