ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ ଗୁରୁତର । ହୃଦଘାତ ପରେ ଘରୋଇ ହସ୍ପିଟାଲରେ ହେଉଛନ୍ତି ଚିକିତ୍ସିତ, ସୂଚନା ଦେଲେ ପୁଅ ସମ୍ବିତ ରାଉତରାୟ ।

645

କନକ ବ୍ୟୁରୋ : ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ ଗୁରୁତର । ଏନେଇ ସୂଚନା ଦେଇଛନ୍ତି ପୁଅ ସମ୍ବିତ ରାଉତରାୟ । ଗତ ୧୮ ତାରିଖରୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଦାମ ରାଉତ । ହୃଦଘାତର ଶିକାର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଦାମ ।
ଓଡ଼ିଶା ରାଜନୀତିରେ ଦାମୋଦର ରାଉତ ବଡ ରାଜନେତା ଭାବେ ଜଣାଶୁଣା । ପ୍ରଥମେ ଜନତା ଦଳ ଓ ପରବର୍ତ୍ତୀ ସମୟରେ ବିଜେଡିରୁ ବିଧାୟକ ଭାବେ ନିର୍ବାଚିତ ହେବା ସହ ନବୀନଙ୍କ ସରକାରରେ ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଛନ୍ତି । ତେବେ ୨୦୧୯ରେ ବିଜେପି ଟିକେଟରୁ ନିର୍ବାଚନ ଲଢି ପରାଜିତ ହୋଇଥିଲେ ଦାମ । କିନ୍ତୁ ପରବର୍ତ୍ତୀ ସମୟରେ ବିଜେପିକୁ ବାଏ ବାଏ କରିଥିଲେ ଦାମ । ଗତ କିଛି ମାସ ପୂର୍ବରୁ ଦାମଙ୍କ ଉପରୁ ବହିଷ୍କାର ପ୍ରତ୍ୟାହାର କରି ପୁଣିଥରେ ବିଜେଡିକୁ ଫେରାଇ ଆଣିଥିଲେ ନବୀନ ପଟ୍ଟନାୟକ ।