କନକ ବ୍ୟୁରୋ: ଆସୁଛି ସିଭିୟର ସାଇକ୍ଲୋନିକ ଷ୍ଟର୍ମ । ଏନେଇ ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ କେନ୍ଦ୍ରର ମହାନିର୍ଦ୍ଦେଶକ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର । ଦକ୍ଷିଣ ଥାଇଲ୍ୟାଣ୍ଡ ଓ ଉତର ଅଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏହା ଉତର ପଶ୍ଚିମ ଦିଗରେ ଗତି କରି ୨ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଡିପ୍ରେସନ ଓ ୩ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ସାଇକ୍ଲୋନିକ ଷ୍ଟର୍ମର ରୂପ ନେବ ।
ତେବେ ୪ ତାରିଖରେ ଏହା ସିଭିୟର ସାଇକ୍ଲୋନିକ ଷ୍ଟର୍ମ ଆକାରରେ ଓଡ଼ିଶା ଓ ଉତର ଆନ୍ଧ୍ର ଉପକୂଳ ସମୁଦ୍ରରେ କେନ୍ଦ୍ରୀଭୂତ ହେବ । ଏହାର ପ୍ରଭାବରେ ୩ତାରିଖ ରାତିରୁ ପ୍ରବଳ ବର୍ଷା ହେବ । ଦକ୍ଷିଣ ଓଡ଼ିଶାର ଉପକୂଳ ଜିଲ୍ଲା ଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ସୂଚନା ଦେଇଛନ୍ତି ଆଇଏମଡି ମହାନିର୍ଦ୍ଦେଶକ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/11/CYCLONE.jpg)