ଓଡିଶା ଛୁଇଁବ ବାତ୍ୟା! ଆସୁଛି ସିଭିୟର ସାଇକ୍ଲୋନିକ ଷ୍ଟର୍ମ

809

କନକ ବ୍ୟୁରୋ: ଆସୁଛି ସିଭିୟର ସାଇକ୍ଲୋନିକ ଷ୍ଟର୍ମ । ଏନେଇ ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ କେନ୍ଦ୍ରର ମହାନିର୍ଦ୍ଦେଶକ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର ।  ଦକ୍ଷିଣ ଥାଇଲ୍ୟାଣ୍ଡ ଓ ଉତର ଅଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏହା ଉତର ପଶ୍ଚିମ ଦିଗରେ ଗତି କରି ୨ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଡିପ୍ରେସନ ଓ ୩ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ସାଇକ୍ଲୋନିକ ଷ୍ଟର୍ମର ରୂପ ନେବ ।

ତେବେ ୪ ତାରିଖରେ ଏହା ସିଭିୟର ସାଇକ୍ଲୋନିକ ଷ୍ଟର୍ମ ଆକାରରେ ଓଡ଼ିଶା ଓ ଉତର ଆନ୍ଧ୍ର ଉପକୂଳ ସମୁଦ୍ରରେ କେନ୍ଦ୍ରୀଭୂତ ହେବ । ଏହାର ପ୍ରଭାବରେ ୩ତାରିଖ ରାତିରୁ ପ୍ରବଳ ବର୍ଷା ହେବ । ଦକ୍ଷିଣ ଓଡ଼ିଶାର ଉପକୂଳ ଜିଲ୍ଲା ଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ସୂଚନା ଦେଇଛନ୍ତି ଆଇଏମଡି ମହାନିର୍ଦ୍ଦେଶକ ।