୨୧ରୁ ଓଡ଼ିଶାରେ ବର୍ଷା : ଘନ କୁହୁଡ଼ି ହେବାର ଆଶଙ୍କା, ୟେଲୋ ୱାର୍ଣ୍ଣିଂ ଜାରି

1,895

କନକ ବ୍ୟୁରୋ : ଆସନ୍ତା ୨୧ରୁ ୨୩ ତାରିଖ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ । ଏଥିସହ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମଧରଣର କୁହୁଡ଼ି ପଡ଼ିବ । ୨୨ ତାରିଖରେ ଉତ୍ତର ଓଡ଼ିଶା ସମେତ ବରଗଡ଼, ଝାରସୁଗୁଡ଼ା, ୨୩ରେ କେନ୍ଦ୍ରାପଡ଼ାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ତେବେ ରାଜ୍ୟର ଅନ୍ୟ ସ୍ଥାନଗୁଡ଼ିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନବରଙ୍ଗପୁର, କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳବର୍ତ୍ତୀ ଜିଲ୍ଲା, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜର କିଛି ସ୍ଥାନରେ କୁହୁଡ଼ି ପଡ଼ିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।