ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ କରିବା ଘଟଣା । ଗିରଫ ହେଲେ ଶିବ ଶଙ୍କର ଦାସ ।

763

କନକବ୍ୟୁରୋ : ବ୍ରହ୍ମପୁରର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣାରେ ଗିରଫ ହେଲେ ସ୍ୱାଧୀନ ପ୍ରାର୍ଥୀ ଶିବଶଙ୍କର ଦାସ । ବ୍ରହ୍ମପୁର ବିଧାନସଭା ଆସନର ସ୍ୱାଧୀନ ପ୍ରାର୍ଥୀ ଶିବଶଙ୍କର ଦାସ ଆକ୍ରମଣ କରିିଥିବା ନେଇ ଅଭିଯୋଗ ହୋଇଥିଲା । ପ୍ରଥମ ପର୍ଯ୍ୟାୟ ଭୋଟିଂ ବେଳେ ଗତକାଲି ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ କରିଥିଲେ ଶିବଶଙ୍କର ଦାସ । ପ୍ରଦୀପଙ୍କ ବେକ ଓ ଛାତିରେ ଆଘାତ ଲାଗିଥିବା ଅଭିଯୋଗ ହୋଇଥିଲା ।

ପ୍ରଥମେ ଏମକେସିଜି ହସ୍ପିଟାଲରେ ତାଙ୍କର ଚିକିତ୍ସା କରାଯିବା ପରେ ତାଙ୍କ ଏମ୍ସ ସ୍ଥାନାନ୍ତରିତ କରାଯାଇଛି । ଗୋଷାଣୀ ନୂଆଗାଁର ସରକାରୀ ଉକ୍ରଳ ମଣି ହାଇସ୍କୁଲ ସ୍ଥିତ ୧୩୩ ଓ ୧୩୪ ନମ୍ବର ବୁଥରେ ପୋଲିସ ସହ ପ୍ରଦୀପ କଥା ହେଉଥିଲେ । ଏହି ସମୟରେ କୌଣସି ଏକ ଘଟଣାକୁ ନେଇ ଦୁଇ ନେତାଙ୍କ ମଧ୍ୟରେ ବଚସା ହୋଇଥିଲା । ପରେ କଥା କଟିକଟିରୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ସ୍ୱାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ ଆକ୍ରମଣ କରିିଥିବା ଅଭିଯୋଗ ହୋଇଥିବା ବେଳେ ସାମ୍ନାକୁ ଆସିଥିଲା ଆକ୍ରମଣ ବେଳର ସିସିଟିଭି ଭିଜୁଆଲ ।