ଓଡିଶା ମୁହାଁ ହେଉଛନ୍ତି ବିଜେପିର ଶୀର୍ଷ ନେତୃତ୍ୱ । ଆଜି ଆସୁଛନ୍ତି ଶିବରାଜ ସିଂ ଚୌହ୍ୱାନ । ଗଡକରୀ, ରାଜନାଥ ସିଂହ ଓ ଜେ.ପି ନଡ୍ଡାଙ୍କ ରହିଛି ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ

91

କନକ ବ୍ୟୁରୋ : ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଓଡିଶା ମୁହାଁ ବିଜେପିର କେନ୍ଦ୍ରୀୟ ନେତୃତ୍ୱ । ବିଜେପି ଫୋକସରେ ରହିଛି ଲୋକସଭା ଆସନ । ଆଜି ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନ ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି । ଆଜି ମଧ୍ୟାହ୍ନ ୧୨ଟାରେ ଭୁବନଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସିଧା ଜଗତସିଂହପୁର ଯିବେ । ଜଗତସିଂହପୁର ଲୋକସଭା ସଂସଦୀୟ କ୍ଷେତ୍ର କାର୍ଯ୍ୟକର୍ତା ସମ୍ମିଳନୀରେ ଯୋଗ ଦେବେ । ଏହାପରେ ଶ୍ରୀ ଚୌହ୍ୱାନ ସନ୍ଧ୍ୟାରେ ମା ସାରଳାଙ୍କ ଦର୍ଶନ କରି ଆଶୀର୍ବାଦ ନେବେ । ଏହାପରେ ସଂଧ୍ୟାରେ କଟକସ୍ଥିତ ଶାରଳା ଭବନରେ ଅନୁଷ୍ଠିତ କଟକ ସଂସଦୀୟ କ୍ଷେତ୍ର କାର୍ଯ୍ୟକର୍ତା ସମ୍ମିଳନୀରେ ଯୋଗ ଦେବେ । କଟକର ଅଧିଷ୍ଠାତ୍ରୀ ଦେବା ମା କଟକ ଚଣ୍ଡିଙ୍କ ଦର୍ଶନ କରିବା ପରେ ଶିବରାଜ ସିଂ ଚୌହ୍ୱାନ ଭୁବନେଶ୍ୱର ପ୍ରତ୍ୟାବର୍ତନ କରିବେ ବୋଲି ସୂଚନା ରହିଛି ।

ସେହିପରି ଆସନ୍ତା ୧୫ ତାରିଖରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରି ପୁରୀ ସଂସଦୀୟ କ୍ଷେତ୍ରକୁ ଆସିବା କାଯ ର୍୍ୟକ୍ରମ ରହିଛି । ଆସନ୍ତା ୨୨ ତାରିଖରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓଡିଶା ଆସିବେ । ଏହାଛଡା ମାସ ଶେଷରେ ବିଜେପି ଜାତୀୟ ସଭାପତି ଜେପି ନଡ୍ଡାଙ୍କର ଓଡିଶା ଗସ୍ତ କାର୍ଯ୍ୟକ୍ରମ ରହିଛି । କେନ୍ଦ୍ରୀୟ ନେତାମାନେ ଓଡିଶାର ବିଭିନ୍ନ ସଂସଦୀୟ କ୍ଷେତ୍ର ବୁଲି କେନ୍ଦ୍ରୀୟ ଯୋଜନା ଲୋକଙ୍କ ପାଖରେ ପଂହଚିବା ଓ ସଙ୍ଗଠନ ସ୍ଥିତିର ସମୀକ୍ଷା କରିବେ ବୋଲି ସୂଚନା ମିଳିଛି