ହାଇକୋର୍ଟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲା : ଶୁଣାଣି ଶେଷ ପରେ ରାୟକୁ ସଂରକ୍ଷିତ ରଖିଲେ କୋର୍ଟ

143

କନକ ବ୍ୟୁରୋ : ହାଇକୋର୍ଟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲା । ଶୁଣାଣି ଶେଷ ପରେ ରାୟକୁ ସଂରକ୍ଷିତ ରଖିଛନ୍ତି କୋର୍ଟ । ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ଓ ଜଷ୍ଟିସ୍ ସାବତ୍ରୀ ରଥଙ୍କ ଖଣ୍ଡପୀଠରେ ହୋଇଛି ଶୁଣାଣି । ତୃତୀୟ ଥର ଶୁଣାଣିରେ କୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି । ସୋମବାର ଏହି ମାମଲାର ଶୁଣାଣି ପାଇଁ ତାଲିକାଭୁକ୍ତ ହୋଇଥିଲା ।

କିନ୍ତୁ ସମୟ ଅଭାବ ଯୋଗୁଁ ମାମଲାର ଶୁଣାଣିକୁ ଗୋଟିଏ ଦିନ ଟାଳି ଦେଇଥିଲେ ଖଣ୍ଡପୀଠ । ଶୁଣାଣି ସମୟରେ ଆଇନଜୀବୀ ରତ୍ନଭଣ୍ଡାର ପ୍ରସଙ୍ଗରେ ଏଏସଆଇ ପକ୍ଷରୁ ଦାଖଲ ଯାଂଚ ରିପୋର୍ଟ ଉପରେ ଅଦାଲତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଏଏସଆଇ ପକ୍ଷରୁ ୨୦୨୨ରେ ଶ୍ରୀମନ୍ଦିରର ରତ୍ନଭଣ୍ଡାରର ଯାଂଚ କରାଯାଇଥିଲା । ଯେଉଁଥିରେ ରତ୍ନଭଣ୍ଡାର ମରାମତିର ନିହାତି ଆବଶ୍ୟକତା ଥିବା ଏଏସଆଇ କହିଛି । ତେଣୁ ରତ୍ନଭଣ୍ଡାର ମରାମତି ପାଇଁ ନିର୍ଦ୍ଦେଶ ଦେବାକୁ ହାଇକୋର୍ଟରେ ଆବେଦନ କରାଯାଇଛି ।