ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ । ୨୫ରୁ ଅଧିକ ଆହତ, ୩ ଗୁରୁତର

ଟ୍ରକ-ବସ୍ ମୁହାଁମୁହିଁ ଧକ୍କା, ୨୦ ମୃତ : ଅନେକ ଆହତ

କନକ ବ୍ୟୁରୋ : ଜାତୀୟ ରାଜପଥ-୧୬ ସିମୁଳିଆ ଥାନା ଭୋଗିଆ ଛକରେ ବସ୍‌ ଓଲଟି ପଡିବାରୁ ୨୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ସମସ୍ତ ଆହତମାନଙ୍କୁ ଚିକିତ୍ସା ଲାଗି ମେଡିକାଲରେ ଭର୍ତ୍ତି କରାଯାଇଛି।

ମିଳିଥିବା ସୂଚନା ଅନୁସାରେ ବସ୍‌ଟି ବାରିପଦାର ଗୋରୁମହିଷାଣୀରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ବେଳେ ଜାତୀୟ ରାଜପଥ ୧୬ ଅନ୍ତର୍ଗତ ସିମୁଳିଆ ଥାନା ଭୋଗିଆ ଛକରେ ଆଜି ଭୋର୍‌ ସମୟରେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଫଳରେ ବସ୍‌ଟି ଓଲଟି ପଡିଥିଲା। ଏଥିରେ ଯାତ୍ରା କରୁଥିବା ଯାତ୍ରୀଙ୍କ ମଧ୍ୟରୁ ପ୍ରାୟ ୨୫ରୁ ଅଧିକ ଯାତ୍ରୀ ଆହତ ହୋଇଥିଲେ। ସେମାନଙ୍କୁ ଚିକିତ୍ସା ଲାଗି ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି। ସେଠାରେ ୩ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ସ୍ଥାନାନ୍ତରିତ କରାଯାଇଥିବା ସୂଚନା ମିଳିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe