କନକ ବ୍ୟୁରୋ: ଖୋଲିବ ରତ୍ନଭଣ୍ଡାର, ପୁରୀରେ ପହଞ୍ଚିଲା ୬ ସିନ୍ଦୁକ । ରବିବାର ରତ୍ନଭଣ୍ଡାରର ଅଳଙ୍କାରକୁ ରଖିବା ପାଇଁ ପୁରୀରେ ପହଞ୍ଚିଛି ୬ଟି ସିନ୍ଦୁକ । ତେବେ ପ୍ରାଥମିକ ସୂଚନା ମୁତାବକ, ଶାଗୁଆନ୍ କାଠରେ ଏହି ସିନ୍ଦୁକକୁ ପ୍ରସ୍ତୁତ କରାଯାଇଛି । ତା ସହ ଏଥିରେ ପିତ୍ତଳର ଲେପ ମଧ୍ୟ ଦିଆଯାଇଛି । ରତ୍ନଭଣ୍ଡାରର ଅଳଙ୍କାର ସବୁକୁ ଏହି ସିନ୍ଦୁକରେ ରଖାଯିବ ବୋଲି କୁହାଯାଉଛି । ବର୍ତ୍ତମାନ ଏହି ସିନ୍ଦୁକକୁ ଶ୍ରୀମନ୍ଦିର ଭିତରକୁ ନିଆଯାଉଛି । ଏଥିସହ ତାଲା ଭାଙ୍ଗିବାକୁ କଟର୍ ମେସିନ୍ ମଧ୍ୟ ଯାଇଛି । ଅନ୍ୟପଟେ ରତ୍ନଭଣ୍ଡାର ଯାଞ୍ଚ ପାଇଁ ଶ୍ରୀମନ୍ଦିର ଭିତରକୁ ଯାଇଛି ତଦାରଖ କମିଟି । କମିଟିର ସଦସ୍ୟମାନେ ବର୍ତ୍ତମାନ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଛନ୍ତି । ତେବେ ପାରମ୍ପରିକ ପୋଷାକରେ ସଦସ୍ୟମାନେ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଛନ୍ତି । ପ୍ରଥମେ ପତିତପାବନଙ୍କ ପାଖରେ ପୂଜାର୍ଚ୍ଚନ କରିବା ପରେ, ଟିମ୍ ମନ୍ଦିର ଭିତରେ ପ୍ରବେଶ କରିଛନ୍ତି ।