କନକ ବ୍ୟୁରୋ: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ଲହାରୀ । ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳିରେ କଲବଲ ହେଉଛନ୍ତି ରାଜ୍ୟବାସୀ । ତେବେ ଆଜିଠୁ ପାଗରେ ଆସିପାରେ ପରିବର୍ତନ । ଦିନର ସର୍ବୋଚ୍ଚ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମପାରେ ବୋଲି ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଆଜି ପାଇଁ ୬ ଜିଲ୍ଲା ଏବଂ ୭ ତାରିଖରେ ୨୦ ଜିଲ୍ଲାକୁ କାଳବୈଶାଖୀ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି ।
୮ ତାରିଖରେ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାକୁ ଛାଡ଼ି ଅନ୍ୟ ସ୍ଥାନରେ ବଜ୍ରପାତ ଓ ଝଡ଼ ତୋଫାନ ଆଶଙ୍କା । ଏ ନେଇ ସତର୍କ ସୂଚନା ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । କିଛି ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କିଲୋମିଟର ରହିପାରେ । ଏହି ସମୟରେ ସମୁଦ୍ର ମଧ୍ୟ ଅଶାନ୍ତି ରହିବ । ତେଣୁ ୬ରୁ ୮ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)
/kanak/media/post_attachments/wp-content/uploads/2024/05/5-8.jpg)