ଭୋକିଲା ରହିବେନି ଗାଈ, ବୁଲା କୁକୁର । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଷାଠିଏ ଲକ୍ଷ ଟଙ୍କା ସହାୟତା

113

କନକ ବ୍ୟୁରୋ: କୋଭିଡ଼ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକ୍ ଡାଉନ୍ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ରିଲିଫ ପାଣ୍ଠିରୁ ପାଞ୍ଚ ମହାନଗର ନିଗମ ୪୮ଟି ମ୍ୟୁନିସପାଲଟି ଓ ୬୧ ଟିଏନ୍ଏସି ମାନଙ୍କୁ ଷାଠିଏ ଲଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି ।

ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମାନଙ୍କ ଜରିଆରେ ବୁଲା ପ୍ରାଣୀ ମାନଙ୍କୁ ଖାଦ୍ୟ ଯୋଗାଇ ଦେବେ । ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ କୋଡ଼ିଏ ହଜାର ଟଙ୍କା, କଟକ, ସମ୍ବଲପୁର, ରାଉରକେଲା, ଓ ଵ୍ରହ୍ମପୁର ମହାନଗର ନିଗମ ଦୈନିକ ଦଶହଜାର ଟଙ୍କା, ମ୍ୟୁନିସପାଲଟି ମାନେ ଦୈନିକ ପାଞ୍ଚ ହଜାର ଟଙ୍କା ଓ ଏନଏସି ମାନେ ଦୈନିକ ଦୁଇ ହଜାର ଟଙ୍କା ଖର୍ଚ୍ଚ କରିପାରିବେ ।