ସାପ ଚୋଟରେ ସାପ ଧରାଳି ମୃତ । ମହଙ୍ଗା ପଡିଲା ବିଷଧର ନାଗ ସାପ ସହ ଖେଳ ।

Advertisment
ସାପ ଚୋଟରେ ସାପ ଧରାଳି ମୃତ । ମହଙ୍ଗା ପଡିଲା ବିଷଧର ନାଗ ସାପ ସହ ଖେଳ ।

କନକ ବ୍ୟୁରୋ: ଚୋଟ ମାରିଲା ସାପ, ଚାଲିଗଲା ସାପ ଧରାଳିର ଜୀବନ । ମହଙ୍ଗା ପଡିଲା ବିଷଧର ନାଗ ସାପ ସହ ଖେଳ । ବିଷଧର ନାଗ ସାପ କାମୁଡାରେ ସାପ ଧରାଳିଙ୍କ ମୃତ୍ୟୁ । ଏମିତି ଏକ ଅଭାବନୀୟ ଖବର ଆସିଛି ସୁବର୍ଣ୍ଣପୁର ବିରମହାରାଜପୁର ଥାନା ପରିସରରୁ ।

ତେବେ ଚମ୍ପାମଳ ଗାଁର ଜଣଙ୍କ ଘରୁ ଏକ ନାଗ ସାପ ବାହାରିଥିବା ବେଳେ ସାପ ଧରିବା ପାଇଁ ମେଣ୍ଡାମାଳ ଗାଁର ଗୌର କୁମ୍ଭାରକୁ ଡକାଯାଇଥିଲା। ଗୌର ସେଠାକୁ ଯାଇ ସାପକୁ ଉଦ୍ଧାର କରି ଏକ ପ୍ଲାଷ୍ଟିକ ଡବାରେ ଧରି କୌଣସି କାମରେ ଥାନାକୁ ଆସିଥିଲେ । ତେବେ ଥାନାରେ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ସାମ୍ନାରେ ସାପକୁ ଡବାରୁ ବାହାର କରି ଦେଖାଇଥିଲେ । ଦେଖି ସାରି ସାପକୁ ପୁଣି ଡବା ଭିତରେ ଭରିବା ସମୟରେ ହିଁ ଗୌରଙ୍କ ହାତରେ ଚୋଟ ମାରିଥିଲା ବିଷଧର ନାଗ ।

ବାସ୍ ତାପରେ ଗୌରଙ୍କୁ ତୁରନ୍ତ ପୋଲିସ ଭ୍ୟାନରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲେ ହେଁ ଡାକ୍ତର ତାଙ୍କୁ ମୃତ ଘଷୋଣା କରିଥିଲେ । ସର୍ପାଘାତକୁ ନେଇ ଏମିତି ଏକ ଖବର ସାରା ଜିଲ୍ଲାରେ ଚହଳ ସୃଷ୍ଟି କରିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe