କନକ ବ୍ୟୁରୋ : ପାଟଣାଗଡ଼ ଦବଙ୍ଗ ବିଧାୟକ ସରୋଜ ମେହେର ଅଟକ । ସର୍ବସମ୍ମୁଖରେ ଯନ୍ତ୍ରୀଙ୍କୁ ଉଠବସ୍ କରାଇଥିବା ଘଣାକୁ ନେଇ ବିଧାୟକ ସରୋଜ ମେହେରଙ୍କୁ ଅଟକ ରଖିଛି ବଲାଙ୍ଗୀର ଅଫିସ୍ । ଆଜି ସକାଳୁ ବଲାଙ୍ଗୀର ପୁଲିସ ତାଙ୍କୁ ନୂଆପଡ଼ା ଠାରୁ ଆଣି ଏକ ଅଜଣା ସ୍ଥାନରେ ଜେରା କରୁଥିବା ସୂଚନା ମିଳିଛି । ଜୁନ୍ ୫ତାରିଖରେ ରାସ୍ତା ଉପରେ ସର୍ବସମ୍ମୁଖରେ ଜେଇଙ୍କୁ ଉଠବସ୍ କରାଇଥିଲେ ସରୋଜ ।
ଦବଙ୍ଗ ବିଧାୟକ ଅଟକ । ଉଠବସ୍ ଘଟଣା ପରେ ପୋଲିସ ଦବଙ୍ଗ ବିଧାୟକଙ୍କୁ ଅଟକ ରଖି ପଚରାଉଚରା କରୁଛି । ନିମ୍ନମାନର ରାସ୍ତା କାମ ଦର୍ଶାଇ କନିଷ୍ଠ ସହକାରୀ ଯନ୍ତ୍ରୀ ଜୟକାନ୍ତ ଶବରଙ୍କୁ ସର୍ବସମ୍ମଖରେ ଉଠବସ୍ କରାଇଥିଲେ ପାଟଣାଗଡ଼ ବିଧାୟକ ସରୋଜ ମେହେର । ମଂଡନରୁ ବେଲପଡାକୁ ନିର୍ମାଣ ହୋଇଥିବା ରାସ୍ତା କାମ ଅତି ନିମ୍ନମାନର ହୋଇଥିବା ନେଇ ଦେଖିବା ପରେ ତାତି ଉଠିଥିଲେ ବିଧାୟକ । କୋଦାଳରେ ଖୋଳିବା ପରେ ପିଚୁ ଉଠିଯାଉଥିଲା । ଏପରି ରାସ୍ତା ନିର୍ମାଣ କାମ ଦେଖିବା ପରେ, ପାଟଣାଗଡ ବିଧାୟକ ସହକାରୀ ଯନ୍ତ୍ରୀଙ୍କୁ ଉଠବସ୍ କରାଇଥିଲେ । ଏହାକୁ ନେଇ ଜୁନ୍ ୬ରେ ଜେଇଙ୍କ ପତ୍ନୀ ଥାନାରେ ମାମଲା ରୁଜୁ କରିଥିଲେ ।
ରାଜରାସ୍ତାରେ ସହକାରୀ ଯନ୍ତ୍ରୀଙ୍କୁ ଅପଦସ୍ତ କରାଇବା ଘଟଣା ପାଇଁ ବିଧାୟକ ସରୋଜ ମେହେରଙ୍କୁ ଗିରଫ କରିବା ପାଇଁ ଦାବି ହୋଇଥିଲା । କନିଷ୍ଠ ଯନ୍ତ୍ରୀ ଜଣଙ୍କ ଆଦିବାସୀ ସମ୍ପ୍ରଦାୟର ହୋଇଥିବାରୁ ବିଧାୟକଙ୍କ କାର୍ଯ୍ୟକୁ ବିରୋଧ କରି ରାସ୍ତାକୁ ଓହ୍ଲାଇଥିଲେ ବିଭିନ୍ନ ଆଦିବାସୀ ସଂଗଠନ । ବଲାଙ୍ଗୀର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ କରାଯାଇଥିଲା । ଏପରିକି ଗିରଫ ନକଲେ ୨୬ ତାରିଖରେ ବିଧାନସଭା ଘେରାଉ କରିବାକୁ ଧମକ ଦେଇଥିଲେ ଆଦିବାସୀ ମହାସଂଘ ।