ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା । ନିମ୍ନ ଅଦାଲତଙ୍କ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ସୌମ୍ୟରଞ୍ଜନଙ୍କ ପତ୍ନୀ

5,809

କନକ ବ୍ୟୁରୋ: ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣାରେ ନିମ୍ନ ଅଦାଲତଙ୍କ ନିର୍ଦ୍ଦେଶକୁ ଚ୍ୟାଲେଂଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ସୌମ୍ୟରଂଜନଙ୍କ ପତ୍ନୀ ବିଦ୍ୟାଭାରତୀ ଏବଂ ପାରଳାଖେମୁଣ୍ଡି ତକ୍ରାଳିନ ଡିଏଫଓ ସଂଗ୍ରମ କେଶରୀ ବେହେରା । ଉଭୟ ହାଇକୋର୍ଟରେ ପୃଥକ ମାମଲା ଦାୟର କରିଛନ୍ତି । ରାଜ୍ୟ ସରକାର ଓ ସୌମ୍ୟରଞ୍ଜନଙ୍କ ବାପା ଅଭିରାମ ମହାପାତ୍ରଙ୍କୁ ଦୁଇ ମାମଲାରେ ପକ୍ଷଭୁକ୍ତ କରାଯାଇଛି ।

ଏହି ମାମଲାର ପାରଳାଖେମୁଣ୍ଡି ଏସଡିଜେଏମ ଅଦାଲତ ବିଚାର କରି ତକ୍ରାଳିନ ଡିଏଫଓ ଶ୍ରୀ ବେହେରା, ସୌମ୍ୟରଞ୍ଜନଙ୍କ ପତ୍ନୀ ଓ ରୋଷେୟା ମନ୍ମଥ କୁମ୍ଭଙ୍କୁ ହାଜର ହେବା ପାଇଁ ନୋଟିସ୍ ଜାରି କରିଥିଲେ । ସୌମ୍ୟରଞ୍ଜନଙ୍କ ବାପା ଅଭିରାମ ମହାପାତ୍ରଙ୍କ ଆବେଦନ, ରେକର୍ଡ଼ କରାଯାଇଥିବା ସାକ୍ଷୀଙ୍କ ବୟାନ ଓ ତଦନ୍ତ ସମୟରେ ସଂଗ୍ରହ କରାଯାଇଥିବା ଅନ୍ୟାନ୍ୟ ଦସ୍ତାବିଜକୁ ତର୍ଜମା କରି ଅଦାଲତ ଏପରି ନିର୍ଦ୍ଦେଶ ଦେଇଥିଲେ । ତେବେ ୨୦୨୧, ଜୁଲାଇ ୧୨ ତାରିଖରେ ଫରେଷ୍ଟ କଲୋନିସ୍ଥିତ ନିଜ ସରକାରୀ କ୍ୱାର୍ଟର୍ସରେ ଏସସିଏଫ ସୌମ୍ୟରଞ୍ଜନଙ୍କ ସନ୍ଦେହଜନକ ଅବସ୍ଥାରେ ପୋଡ଼ିହୋଇ ଗୁରୁତର ହୋଇଥିଲେ । ଜୁଲାଇ ୧୩ ତାରିଖରେ ତାଙ୍କର ମୃତ୍ୟୁ ହୋଇଥିଲା । ଯାହାକୁ ନେଇ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଥିଲା ।