ପୁଣିଥରେ ସୌରଭ ଗାଙ୍ଗୁଲି ଅସୁସ୍ଥ । ଛାତିରେ ଯନ୍ତ୍ରଣା କାରଣରୁ ହସ୍ପିଟାଲରେ ହେଲେ ଭର୍ତ୍ତି, ଆଶୁ ଆରୋଗ୍ୟ କାମନା କଲେ ଦେଶବାସୀ । 

128

କନକ ବ୍ୟୁରୋ : ବିସିସିଆଇ ଅଧ୍ୟକ୍ଷ ତଥା ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ ସୌରଭ ଗାଙ୍ଗୁଲି ପୁଣି ଅସୁସ୍ଥ । ପୁଣିଥରେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ କୋଲକାତାର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଯେଉଁଠି ତାଙ୍କର ଚିକିତ୍ସା ଚାଲିଛି । ଏହାପୂର୍ବରୁ ମଧ୍ୟ ଛାତିରେ ଯନ୍ତ୍ରଣା କାରଣରୁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଗାଙ୍ଗୁଲି । ଯେଉଁଥିପାଇଁ ତାଙ୍କର ଆଞ୍ଜିଓପ୍ଲାଷ୍ଟି କରାଯାଇଥିଲା ।

ଗତ ୨ ଜାନୁଆରୀରେ ଛାତିରେ ଯନ୍ତ୍ରଣା କାରଣରୁ ଗାଙ୍ଗୁଲିଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ହସ୍ପିଟାଲରେ ୫ ଦିନ ଚିକିତ୍ସିତ ହେବା ପରେ ଜାନୁଆରୀ ୭ରେ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଥିଲା । ପୂର୍ବରୁ ବ୍ୟାୟାମ କରୁଥିବା ବେଳେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ ଗାଙ୍ଗୁଲି । ଆଉ ଏବେ ପୁଣିଥରେ ଅସୁସ୍ଥ ହେବା ପରେ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ଦେଶବାସୀ ।