କନକ ବ୍ୟୁରୋ: ଗୃହରେ ବାଚସ୍ପତିଙ୍କ ଉପରକୁ ଚପଲ ଫୋପାଡିବା ଘଟଣା । ୩ ଜଣ ବିଧାୟକଙ୍କୁ ସସପେଣ୍ଡ ପାଇଁ ନିର୍ଦ୍ଦେଶ ଦେଲେ ବାଚସ୍ପତି । ଚଳିତ ବିଧାନସଭା ଅଧିବେସନ ପାଇଁ ୩ ବିଧାୟକ ସସପେଣ୍ଡ । ସସପେଣ୍ଡ ହେଲେ ବିଷ୍ଣୁ ସେଠୀ, ଜୟ ନାରାୟଣ ମିଶ୍ର ଓ ମୋହନ ମାଝୀ ।
ବିଧାନସଭାରେ ଆଜି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ବାଚସ୍ପତିଙ୍କ ଉପରକୁ ଚପଲ ଫୋପାଡିଛନ୍ତି ବିରୋଧୀ ବିଧାୟକ । ବାଚସ୍ପତି ମୁଲତବି ପ୍ରସ୍ତାବ ଗ୍ରହଣ ନ କରିବା ଓ ବିରୋଧୀ ଦଳ ନେତାଙ୍କୁ କହିବାକୁ ସୁଯୋଗ ନଦେବା ଅଭିଯୋଗ ଆଣି ଏଭଳି ଆଭିମୁଖ୍ୟ ଆପଣାଇଛନ୍ତି ବିରୋଧୀ । ବିନା ଆଲୋଚନାରେ ବିଲ୍ ପାସ କରିଥିବାରୁ ବିରୋଧ କରି ଚପଲ ଫିଙ୍ଗିଥିବା ଅଭିଯୋଗ ହୋଇଛି । ହୋ ହାଲ୍ଲା ଭିତରେ ବିରୋଧୀ ସଦସ୍ୟ ବାଚସ୍ପତିଙ୍କ ଉପରକୁ ଚପଲ ଫିଙ୍ଗାଯାଇଥିବା କହିଛନ୍ତି ବିରୋଧୀ ସଦସ୍ୟ ମୋହନ ମାଝୀ । ତେବେ ବିଜେପି ବିଧାୟକ ବିଷ୍ଣୁ ସେଠୀ ଓ ଜୟନାରାୟଣ ମିଶ୍ର ଚପଲ ଫିଙ୍ଗିଥିବା ନେଇ ଅଭିଯୋଗ କରିଥିଲେ ଶାସକ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/04/54.jpg)