କନକ ବ୍ୟୁରୋ: ଆସନ୍ତାକାଲିଠାରୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେଉଛି । ତେବେ ସୁରୁଖୁରୁରେ ଗୃହକାର୍ଯ୍ୟ ଚଳାଇବାକୁ ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ସର୍ବଦଳୀୟ ବୈଠକ କରିଛନ୍ତି । ଅଧିବେଶନ ଯେପରି ସୁରୁଖୁରରେ ଚାଲିବ, ସେ ନେଇ ସବୁ ଦଳଙ୍କ ସହ ଆଲୋଚନା କରିଛନ୍ତି ବାଚସ୍ପତି । ସେପଟେ ବିଧାନସଭାରେ ଶାସକ ଦଳକୁ ବିଭିନ୍ନ ପ୍ରସଙ୍ଗରେ ରଣନୀତି ପ୍ରସ୍ତୁତ କରୁଛନ୍ତି ବିରୋଧୀ ବିଜେପି ଓ କଂଗ୍ରେସ । ଆଜି ଅପରାହ୍ନ ୪ଟା ପରେ ବିଜେପି ବିଧାୟକ ଦଳର ବୈଠକ ବିଜେପି କାର୍ଯ୍ୟାଳୟରେ ବସିବାର କାର୍ଯ୍ୟକ୍ରମ ରହିଛି । ସେହିପରି କଂଗ୍ରେସର ବିଧାୟକ ଦଳ ବୈଠକ କାଲି ବସିବ । ଆସନ୍ତାକାଲି ଅଧିବେଶନ ଆରମ୍ଭ ହେବା ପୂର୍ବରୁ ବିଜେଡିର ବିଧାୟକ ଦଳ ବୈଠକ ହେବ ବୋଲି ସୂଚନା ମିଳିଛି ।