କନକ ବ୍ୟୁରୋ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ପୁରୀ ଗଡ଼ିବ ସ୍ୱତନ୍ତ୍ର ବସ୍ । ଶ୍ରୀଜଗନ୍ନାଥ ବସ୍ରେ ପୁରୀ ଆସିବେ ଶ୍ରଦ୍ଧାଳୁ । ୬୦ଟି ବସ୍ରେ ରାଜ୍ୟର ବିଭିନ୍ନ ସ୍ଥାନରୁ ପୁରୀକୁ ଆସିବେ ଶ୍ରଦ୍ଧାଳୁ । ଖୁବ୍ ଶୀଘ୍ର ମୁଖ୍ୟମନ୍ତ୍ରୀ ଶ୍ରୀଜଗନ୍ନାଥ ବସ୍ର ଶୁଭାରମ୍ଭ କରିବେ । ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ସୁରେଶ ମହାପାତ୍ର ।

Advertisment

ଆଜି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ ବସିଥିଲା । ବୈଠକରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ଶ୍ରୀମାର୍ଗ, ଜଗନ୍ନାଥ ବଲ୍ଲଭ ପାର୍କିଂ, ଶ୍ରୀସେତୁ ସହିତ ଯଜ୍ଞସ୍ଥଳୀ ସମୀକ୍ଷା କରାଯାଇଛି । ଏଥି ସହ ସେବାୟତଙ୍କ କଲ୍ୟାଣ ପାଇଁ ଛାତ୍ରବୃତି, ବର୍ଷକୁ ଦୁଇ ଥର କାଉନ୍ସେଲର ନିଯୁକ୍ତ, ସ୍ୱାସ୍ଥ୍ୟ ବୀମା ଦୁଇ ଲକ୍ଷରୁ ୧୦ ଲକ୍ଷକୁ ବୃଦ୍ଧି ପାଇଁ ଆଲୋଚନା ହୋଇଥିଲା ।