କନକ ବ୍ୟୁରୋ: ମହାତ୍ମାଗାନ୍ଧୀଙ୍କୁ ନେଇ ବିଧାନସଭାରେ ହେବ ଆଲୋଚନା । ଆସନ୍ତାକାଲି ଜାତିର ପିତା ମହାତ୍ମାଗାନ୍ଧୀଙ୍କ ଓଡିଶା ଆଗମନକୁ ଶହେ ବର୍ଷ ପୂରଣ ହେଉଛି । ଏହି ଅବସରରେ ବିଧାନସଭାରେ ସ୍ୱତନ୍ତ୍ର ଆଲୋଚନା ହେବ । ଆସନ୍ତାକାଲି ପ୍ରଶ୍ନକାଳ, ଶୂନ୍ୟକାଳ, ମୁଲତବୀ ପ୍ରସ୍ତାବ ଆଲୋଚନାକୁ ବାତିଲ କରାଯାଇ ଗୃହରେ ସ୍ୱତନ୍ତ୍ର ଭାବେ ଆଲୋଚନା ହେବ । ଏହି ଆଲୋଚନା ଦିନ ସାଢେ ୧୦ଟାରୁ ସାଢେ ୧ଟା ପର୍ଯ୍ୟନ୍ତ ହେବ ବୋଲି ସମୟ ଧାର୍ଯ୍ୟ କରାଯାଇଛି । ବିଶେଷ କରି ମହାତ୍ମାଗାନ୍ଧୀଙ୍କ ଓଡିଶା ଗସ୍ତର ବିଭିନ୍ନ ଦିଗ ଉପରେ ଗୃହରେ ଆଲୋଚନା କରାଯିବ ବୋଲି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି । ଏଥିସହ ଆସନ୍ତାକାଲି ପର୍ଯ୍ୟନ୍ତ ବିଧାନସଭାକୁ ବାଚସ୍ପତି ମୁଲତବୀ ଘୋଷଣା କରିଛନ୍ତି ।
ଆସନ୍ତାକାଲି ମହାତ୍ମା ଗାନ୍ଧୀଙ୍କ ଓଡିଶା ଆଗମନକୁ ପୂରୁଛି ଶହେ ବର୍ଷ । ଏନେଇ ବିଧାନସଭାରେ କରାଯିବ ସ୍ୱତନ୍ତ୍ର ଆଲୋଚନା । ପ୍ରଶ୍ନକାଳ, ଶୂନ୍ୟକାଳ, ମୁଲତବୀ ପ୍ରସ୍ତାବ ଆଲୋଚନାକୁ ବାତିଲ କରି ଗୃହରେ ହେବ ସ୍ୱତନ୍ତ୍ର ଆଲୋଚନା । #Assembly#Odishapic.twitter.com/yEEbOENiyQ
— Kanak News (@kanak_news) March 22, 2021
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)
/kanak/media/post_attachments/wp-content/uploads/2021/03/54.jpg)