କନକ ବ୍ୟୁରୋ : ସାରା ଭାରତବର୍ଷରେ ଭିନ୍ନ ଭିନ୍ନ ନାମ ଏବଂ ଢଙ୍ଗରେ ପାଳିତ ହେଉଥିବା ଏହି ପର୍ବଟି ସୁଖ,ସମୃଦ୍ଧି ଓ ସୌଭାଗ୍ୟ ସହିତ ବହୁଳ ଭାବେ ଜଡିତ । ଓଡିଶାର ପାରମ୍ପରିକ ପରିବେଶରେ ଏହି ଦିନଟିର ବହୁ ମହାତ୍ମ୍ୟ ରହିଛି । ବିଶେଷ କରି କୃଷି ପ୍ରାଧାନ୍ୟ ରାଜ୍ୟ ହୋଇଥିବାରୁ କୃଷି ଭିତ୍ତିକ କାର୍ଯ୍ୟର ଶୁଭାରମ୍ଭ କରାଯାଇଥାଏ । ମୁଠି ଅନୁକୂଳ ଭାବେ ପରିଚିତ ଏହି ଦିନରେ ଚାଷୀମାନେ ନୂଆ ଧାନ ନେଇ ନିଜ କ୍ଷେତରେ ବୁଣି ହଳ କରିଥାନ୍ତି । ଏଥିସହ ଧରିତ୍ରୀ ମାତା ଓ ଭୂମିଜାଙ୍କର ଆର୍ଶୀବାଦ ଭକ୍ଷା ମଧ୍ୟ କରିଥାନ୍ତି ।
Kanak News is now on WhatsApp
Join and get latest news updates delivered to you via WhatsApp
ନାମକରଣ ଅନୁଯାୟୀ,ଏହି ଦିନର ମହତ୍ୱ ହେଲା, ମନୁଷ୍ୟ ସମାଜରେ ସୁଖ,ସମୃଦ୍ଧିର ଆରମ୍ଭ ହେଉ କିନ୍ତୁ ତାହା ଅକ୍ଷୟ ରହୁ । ଧାର୍ମିକ ପରଂପରା ଅନୁସାରେ, ଏହି ଦିନ ଓଡିଆଙ୍କ ଇଷ୍ଟଦେବ ଶ୍ରୀ ଜଗନ୍ନାଥଙ୍କ ୪୨ ଦିନ ବ୍ୟାପି ଚାଲିବାକୁ ଥିବା ଚନ୍ଦନ ଯାତ୍ରାର ଶୁଭାରମ୍ଭ ହୋଇଥାଏ । ଏବଂ ରଥ ଯାତ୍ରା ପାଇଁ ରଥ କାର୍ଯ୍ୟର ତଥା କାଠର ଶୁଭଅନୁକୂଳ କରାଯାଇଥାଏ ।
ଯେକୌଣସି ନୂତନ କାର୍ଯ୍ୟର ଶୁଭାରମ୍ଭ ତଥା ଯେପରି ଗୃହାରମ୍ଭ, ନୂଆ ଗହଣା କିଣିବା, ନୂଆ କରି ବ୍ୟବସାୟ ଆରମ୍ଭ କରିବା ଆଦି ଏହି ଦିନରେ ଆରମ୍ଭ କରିବା ଦ୍ୱାରା ଏହା ଶୁଭ ହୋଇଥାଏ ବୋଲି ବିଶ୍ୱାସ ରହିଛି । ଶାସ୍ତ୍ର ଅନୁସାରେ ,ଏହି ଦିନରେ ତ୍ରେତୟା ଯୁଗର ଆରମ୍ଭ ଏବଂ ମୁନୀ ବେଦବ୍ୟାସଙ୍କ ତତ୍ୱାବଧାନରେ ଗଜାନନ ଶ୍ରୀ ଗଣେଶ ଭାରତର ମହାନଗାଥା ତଥା ‘ମହାଭାରତ’ର ଲେଖା ଆରମ୍ଭ କରିଥିଲେ ବୋଲି ବିଶ୍ୱାସ ମଧ୍ୟ ରହିଛି ।