କନକ ବ୍ୟୁରୋ: ଆଗାମୀ ୫ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ଅତ୍ୟନ୍ତ ପ୍ରବଳ, ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରି ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

Advertisment

ଆସନ୍ତାକାଲି ଅର୍ଥାତ୍ ଅଗଷ୍ଟ ୧୨ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୁନ୍ଦରଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେହିପରି ଅଗଷ୍ଟ ୧୩ ତାରିଖ ପାଇଁ ମଧ୍ୟ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଦୁଇଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା ଓ ବଲାଙ୍ଗୀର ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଅଗଷ୍ଟ ୧୪ ତାରିଖ ପାଇଁ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଦୁଇଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା ଓ ବଲାଙ୍ଗୀର ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଅଗଷ୍ଟ ୧୫ ତାରିଖ ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେପଟେ ଅଗଷ୍ଟ ୧୬ରୁ ୨୧ ତାରିଖ ପର୍ଯ୍ୟନ୍ତ ପାଗରେ ବଡ଼ ଧରଣର ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।