ଆଜି ପ୍ରଥମାଷ୍ଟମି : ଶ୍ରୀମନ୍ଦିର ଶ୍ରୀଜିଉଙ୍କ ସ୍ୱତନ୍ତ୍ର ନୀତିକାନ୍ତ । ମାଧବାନନ୍ଦଜୀଉ ମନ୍ଦିରରୁ ଭଣଜା ପାଇଁ ଆସିଛି ନବବସ୍ତ୍ର ଓ ଅଷ୍ଟମୀ ଭାର 

144

କନକ ବ୍ୟୁରୋ : ଆଜି ପ୍ରଥମାଷ୍ଟମି ପାଇଁ ଶ୍ରୀମନ୍ଦିର ଶ୍ରୀଜିଉଙ୍କ ସ୍ୱତନ୍ତ୍ର ନୀତିକାନ୍ତ କରାଯାଉଛି । ବଡ଼ ଠାକୁର ହିସାବରେ ଶ୍ରୀଜଗନ୍ନାଥଙ୍କୁ ମନ୍ଦିରରେ ପଢୁଆଁ କରାଯିବ । ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ସକାଳ ଧୂପ ଓ ପ୍ରଥମ ଭୋଗ ମଣ୍ଡପ ବଢ଼ିବା ପରେ ଶ୍ରୀଜଗନ୍ନାଥଙ୍କ ବେଶ ଅନୁଷ୍ଠିତ ହେବ ।

ବେଶରେ ନୂଆ ଲୁଗା ସହ ବିଭିନ୍ନ ଅଳଙ୍କାର ଲାଗି ଓ ସ୍ୱତନ୍ତ୍ର ବନ୍ଦାପନା ପରେ ମଧ୍ୟାହ୍ନ ଧୁପ ବଢ଼ିବା ପରେ ମହାପ୍ରଭୁଙ୍କୁ ପଢ଼ୁଆଁ କରାଯିବ । ଏଥିପାଇଁ ନିଆଳି  ମାଧବାନନ୍ଦଜୀଉ ମନ୍ଦିରରୁ ଭଣଜା ପାଇଁ ଆସିଛି ନବବସ୍ତ୍ର ଓ ଅଷ୍ଟମୀ ଭାର ।