କନକ ବ୍ୟୁରୋ : ଆଜି ଆସ୍ଥା ସ୍ପେଶାଲ ଟ୍ରେନରେ ଅଯୋଧ୍ୟା ଯାଉଛନ୍ତି ୧୪ଶହ ରାମଭକ୍ତ । ଭୁବନେଶ୍ୱରରୁ ସିଧାସଳଖ ଏହି ଟ୍ରେନ ଅଯୋଧ୍ୟା ଯାଉଛି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ପତାକା ଦେଖାଇ ଏହି ଟ୍ରେନର ଶୁଭାରମ୍ଭ କରିଛନ୍ତି । ଏଥିରେ ଏହି ଭକ୍ତମାନେ ଅଯୋଧ୍ୟାରେ ପହଂଚି ସେଠାରେ ରାମଲାଲାଙ୍କ ଦର୍ଶନ କରିବେ ।

ଆସ୍ଥା ସ୍ପେଶାଲ ଟ୍ରେନରେ ୨୦ଟି ସ୍ଲିପର କୋଚ୍ ଥିବା ବେଳେ ପ୍ରତି କୋଚରେ ୭୨ଟି ସିଟ୍ ରହିଛି । ତେଣୁ ଏଥିରେ ୧୪ଶହରୁ ଅଧିକ ଲୋକ ଯାଇପାରିବେ । ଆଜି ଆସ୍ଥା ସ୍ପେଶାଲ ଟ୍ରେନରେ ଭୁବନେଶ୍ୱର ଓ ପୁରୀ ସଂସଦୀୟ କ୍ଷେତ୍ରର ଯାତ୍ରୀମାନେ ଯିବାର କାର୍ଯ୍ୟକ୍ରମ ରହିଛି । ସେହିପରି ୯ ତାରିଖରେ କଟକ ସଂସଦୀୟ କ୍ଷେତ୍ରରୁ ରାମଭକ୍ତ ଅଯୋଧ୍ୟା ଯିବେ ।