ପଞ୍ଚକ ପାଇଁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସ୍ୱତନ୍ତ୍ର ବ୍ୟବସ୍ଥା । ଶୃଙ୍ଖଳିତ ନୀତିକାନ୍ତି ଉପରେ ଗୁରୁତ୍ୱ

48

କନକ ବ୍ୟୁରୋ : ପଞ୍ଚକ ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡକୁ ନଜରରେ ରଖି ପ୍ରଶାସନ ତରଫରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଏହି କ୍ରମରେ ବରିଷ୍ଠ ନାଗରିକଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବା ସହ ଶୃଙ୍ଖଳିତ ନୀତିକାନ୍ତି ଉପରେ ପ୍ରଶାସନ ଗରୁତ୍ୱାରୋପ କରିଛି । ଏନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଏକ ଗୁରତ୍ୱପୂର୍ଣ୍ଣ ବୈଠକ କରି ନିଷ୍ପତ୍ତି ନିଆଯାଇଛି । ଏହି ବୈଠକରେ ପରିଚାଳନା ଅଧିକାରୀ ଓ ଉଚ୍ଚ ପଦାଧିକାରୀମାନେ ଉପସ୍ଥିତ ଥିଲେ ।

ସୂଚନା ଥାଉକି ଶ୍ରୀମନ୍ଦିରର ୪ ଦ୍ୱାର ଖୋଲାଯାଇ ନଥିବାରୁ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରିବାରେ ଅସୁବିଧା ହେଉଛି । ଭକ୍ତମାନଙ୍କୁ ଶ୍ରୀମନ୍ଦିରରେ ପ୍ରବେଶ କରିବାକୁ ଘଣ୍ଟା ଘଣ୍ଟା ଧରି ଧାଡିରେ ଠିଆ ହେବାକୁ ପଡୁଛି । ଏନେଇ ଗତ କିଛିଦିନ ହେବ ଭକ୍ତମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । ଏହି କ୍ରମରେ ପଞ୍ଚକରେ ବଡଦାଣ୍ଡରେ ଅଧିକ ଭିଡ ହେବା ଅନୁମାନ କରି ପ୍ରଶାସନ ତରଫରୁ ଶୃଙ୍ଖଳିତ ବ୍ୟବସ୍ଥା ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି   ।