ସମ୍ଭାବ୍ୟ ବାତ୍ୟାକୁ ନେଇ ୭ ଜିଲ୍ଲାପାଳଙ୍କ ଏସଆରସିଙ୍କ ଚିଠି: ସତର୍କ ରହିବାକୁ ନିର୍ଦ୍ଦେଶ

9,552

କନକ ବ୍ୟୁରୋ: ସମ୍ଭାବ୍ୟ ବାତ୍ୟକୁ ନେଇ ୭ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସଆରସି । ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧ ଓ ଗଂଜାମ ଜିଲ୍ଲାପାଳନଙ୍କୁ ସତର୍କ ରହିବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । .. ଅନ୍ୟପଟେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର । ଘନୀଭୂତ ହୋଇ ଆସନ୍ତାକାଲି ନେବ ଅବପାତର ରୂପ । ଦୁଇ ତାରିଖ ବେଳକୁ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । । ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଂଚଳରେ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । ତେବେ ବାତ୍ୟାର ଗତିପଥ ନେଇ କୌଣସି ବିସ୍ତୃତ ବିବରଣୀ ମିଳି ନାହିଁ । ଏପରିକି ଏହାର ତୀବ୍ରତା ନେଇ ମଧ୍ୟ ଏପର୍ଯ୍ୟନ୍ତ କୌଣସି ସୂଚନା ଦେଇନାହିଁ । ଲଘୁଚାପ କ୍ଷେତ୍ରର ଗତିବିଧି ଉପରେ ମଧ୍ୟ ଆଇଏମଡି ସତର୍କ ନଜର ରଖିଛି । ଏହାର ପ୍ରଭାବ ଓଡ଼ିଶା ଉପରେ ବିଶେଷ ନଥିଲେ ମଧ୍ୟ ଓଡ଼ିଶା ଉପକୂଳ ସମୁଦ୍ର ଅଶାନ୍ତ ରହିବ । ଏଥିପାଇଁ ୧ ତାରିଖରୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳର ଗଭୀର ସମୁଦ୍ର ଅଂଚଳକୁ ମତ୍ସ୍ୟଜୀବୀଙ୍କୁ ପ୍ରବେଶ ପାଇଁ ବାରଣ କରାଯାଇଛି । ଏହା ସହ ସମୁଦ୍ର ମଧ୍ୟରେ ଥିବା ମତ୍ସ୍ୟଜୀବୀଙ୍କୁ ଆସନ୍ତାକଳଇ ସୁଦ୍ଧା ଉପକୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି ।