ଲକଡାଉନରେ ଚାଲିବ କୃଷିକାର୍ଯ୍ୟ: ଦ୍ୱିତୀୟ ପର୍ଯ୍ୟାୟ ତାଲାବନ୍ଦ ସମୟରେ ଧାନ ବୁଣିବା ଏବଂ ଅମଳ କରିପାରିବେ ଚାଷୀ; ଅଣ୍ଡା, ମାଛ, ମାଂସ ଓ ଦୁଗ୍ଧ ବ୍ୟବସାୟ ଜଡ଼ିତ ସମସ୍ତ କାର୍ଯ୍ୟ ଚାଲୁ ରହିବ

Advertisment
ଦ୍ୱିତୀୟ ପର୍ଯ୍ୟାୟ ତାଲାବନ୍ଦ ବେଳେ ଖୋଲା ରହିବ ହୋଟେଲ, ରେଷ୍ଟୁରାଣ୍ଟ ଓ ଢାବା: ହେଲେ ବାହାରକୁ ଯାଇ ଖାଇବା ମନା; ଅନଲାଇନରେ ଖାଦ୍ୟ ସାମଗ୍ରୀ ମଗାଇବାକୁ ସରକାରଙ୍କ ଅନୁମତି

କନକ ବ୍ୟୁରୋ:  ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୩୦ ଯାଏଁ ବଳବତ୍ତର ରହିବ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେବା ପରେ ପରିସ୍ଥିତିକୁ ଦୃଷ୍ଟିରେ ରଖି କୃଷି କାର୍ଯ୍ୟ ଲାଗି ନିୟମରେ କିଛି ପରିବର୍ତ୍ତନ କରାଯାଇଛି ବୋଲି ଏସଆରସି ପ୍ରଦୀପ ଜେନା କହିଛନ୍ତି। ସେ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଏନେଇ ସୂଚନା ଦେଇ କହିଛନ୍ତି ଯେ ପ୍ରଥମ ପର୍ଯ୍ୟାୟରେ ତାଲାବନ୍ଦ ଅବଧି ସଫଳ ହୋଇଛି । ଏପ୍ରିଲ ୧୫ ପରଠାରୁ ରବି ଫସଲ ଉତ୍ପାଦନ ଆରମ୍ଭ ହେବ। କୃଷି ଓ ଉଦ୍ୟାନ କ୍ଷେତ୍ରରେ ସରକାର ନିଷ୍ପତ୍ତି ନେଇଛନ୍ତି । ଧାନ ବୁଣିବା ଏବଂ ଅମଳ କରିପାରିବେ ଚାଷୀ । ଚାଷ କାର୍ଯ୍ୟରେ ବ୍ୟବହୃତ ସମସ୍ତ ଯନ୍ତ୍ରପାତି ବ୍ୟବହାର ହୋଇପାରିବ ପ୍ରଦୀପ ଜେନା କହିଛନ୍ତି ।

ଏହା ସହିତ ସାର, କୃଷି ଯନ୍ତ୍ରପାତି ସହ ଜଡ଼ିତ ଦୋକାନ ଖୋଲା ରହିବ, ରାଜ୍ୟରେ ଥିବା ଶୀତଳଭଣ୍ଡାର ଓ ଗୋଦାମ କାମ କରିବ, କୃଷି ଓ ଉଦ୍ୟାନ କୃଷି କ୍ଷେତ୍ରରେ ଉତ୍ପାଦନ ଜାରି ରହିବ ଏବଂ ରବି ଧାନ ଅମଳ ହେଉଥିବା ସ୍ଥାନରେ ମଣ୍ଡି ଖୋଲା ରହିବ, ମଣ୍ଡିରୁ ଧାନ କିଣିବା ପାଇଁ ଟ୍ରକ୍-ଟ୍ରାକ୍ଟର୍ ଚଳାଚଳ କରିପାରିବ ବୋଲି ସେ କହିଛନ୍ତି। ଚାଷୀଙ୍କୁ ଖରିଫ୍ ଲୋନ୍ ପାଇଁ ବ୍ୟାଙ୍କଗୁଡିକ ସେବା ଯୋଗାଇବେ ବୋଲି ସେ ସୂଚନା ଦେଇଛନ୍ତି। ଠିକ୍ ସେହିପରି ଲକଡାଉନ ସମୟରେ ମତ୍ସ୍ୟ ପାଳନ ଓ ଚାଷ କାର୍ଯ୍ୟ ଚାଲୁ ରହିବ। ଅଣ୍ଡା, ମାଛ, ମାଂସ, ଦୁଗ୍ଧ ବ୍ୟବସାୟ ଜଡ଼ିତ ସମସ୍ତ କାର୍ଯ୍ୟ ଚାଲୁ ରହିବା ସହିତ ଫୁଡ୍ ପ୍ରୋସେସିଂ ଓ ପ୍ୟାକେଜିଂ କାମ ଚାଲୁ ରହିବ ବୋଲି ଏହି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଏସଆରସି ପ୍ରଦୀପ ଜେନା।

କୃଷି ଓ ଉଦ୍ୟାନ କ୍ଷେତ୍ରରେ ସରକାରଙ୍କ ନିଷ୍ପତ୍ତି

- ପାନୀୟଜଳ ଯୋଗାଣ କ୍ଷେତ୍ରରେ ଜଡିତ ମରାମତି କାମ ହେବ

- ବନୀକରଣ କାର୍ଯ୍ୟର ରକ୍ଷଣାବେକ୍ଷଣ କରାଯାଇପାରିବ

- ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନେ କାର୍ଯ୍ୟକରିପାରିବେ

- ଜିଲ୍ଲାପାଳ ନିଜ ଆବଶ୍ୟକ ଅନୁଯାୟୀ ପଦକ୍ଷେପ ନେବେ

- ଇ-କମର୍ସ, ଅନଲାଇନ ପ୍ଲାଟଫର୍ମରେ ଲୋକଙ୍କୁ ସେବା ମିଳିବ

- ସାର, କୃଷିଯନ୍ତ୍ରପାତି ସହ ଜଡିତ ଦୋକାନ ଖୋଲା ରହିବ

- ରାଜ୍ୟରେ ଥିବା ଶୀତଳଭଣ୍ଡାର ଓ ଗୋଦାମ କାମ କରିବ

- କୃଷି ଓ ଉଦ୍ୟାନ କୃଷି କ୍ଷେତ୍ରରେ ଉତ୍ପାଦନ ଜାରି ରହିବ

- ଚାଷୀଙ୍କୁ ଖରିଫ୍ ଲୋନ୍ ପାଇଁ ବ୍ୟାଙ୍କଗୁଡିକ ସେବା ଯୋଗାଇବେ

- ରବି ଧାନ ଅମଳ ହେଉଥିବା ସ୍ଥାନରେ ମଣ୍ଡି ଖୋଲା ରହିବ

- ମଣ୍ଡିରୁ ଧାନ କିଣିବା ପାଇଁ ଟ୍ରକ-ଟ୍ରାକ୍ଟର ଚଳାଚଳ କରିପାରିବ

- ଲକଡାଉନରେ ମତ୍ସ୍ୟ ପାଳନ ଓ ଚାଷ କାର୍ୟ୍ୟ ଚାଲୁ ରହିବ

- ଅଣ୍ଡା, ମାଛ, ମାଂସ, ଦୁଗ୍ଧ ବ୍ୟବସାୟ ଜଡିତ ସମସ୍ତ କାର୍ଯ୍ୟ ଚାଲୁ ରହିବ

- ଫୁଡ୍ ପ୍ରୋସେସିଂ, ପ୍ୟାକେଜିଂ କାମ ଚାଲୁ ରହିବ

- ଲୋକଙ୍କ ପ୍ରସ୍ତାବକୁ ନେଇ ସରକାର ନିଷ୍ପତ୍ତି ନେଇଛନ୍ତି

- ଢାବା ଚାଲୁରହିବ କିନ୍ତୁ ଲୋକେ ରେଷ୍ଟୁରାଣ୍ଟରେ ବସି ଖାଇପାରିବେନି

- ସବୁଠି ସାମାଜିକ ଦୂରତା ରକ୍ଷା କରାଯିବ, ଏଥିରେ ବୁଝାମଣା କରାଯିବନି

- ତାଲାବନ୍ଦ ସମୟରେ ସାମୁଦ୍ରିକ ମାଛ ଧରାରେ କଟକଣା ନାହିଁ

- ଏହା ସହିତ ଜଡିତ ସମସ୍ତ କାର୍ଯ୍ୟ ଚାଲୁ ରଖିବାକୁ ନିଷ୍ପତ୍ତି

- ମାଛ ଜାଲ କାରଖାନା ଗୁଡିକ ଖୋଲା ରହିବ

- ଗ୍ରାମାଞ୍ଚଳରେ ନରେଗା କାର୍ଯ୍ୟକ୍ରମ ଚାଲୁ ରହିବ

- ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ନିର୍ମାଣ କାମ ଚାଲୁ ହେବ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe