ବର୍ଷା ସ୍ଥିତିକୁ ନେଇ ଏସଆରସିଙ୍କ ସମୀକ୍ଷା । ବର୍ଷା ପ୍ରଭାବିତଙ୍କୁ ସମସ୍ତ ପ୍ରକାର ସହଯୋଗ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ।

ବର୍ଷା ସ୍ଥିତିକୁ ନେଇ ଏସଆରସିଙ୍କ ସମୀକ୍ଷା । ବର୍ଷା ପ୍ରଭାବିତଙ୍କୁ ସମସ୍ତ ପ୍ରକାର ସହଯୋଗ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ।

କନକ ବ୍ୟୁରୋ : ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା । ଲଗାଣ ବର୍ଷାରେ ବେହାଲ ରାଜ୍ୟର ଅଧିକାଂଶ ଅଞ୍ଚଳ । ତୁହାକୁ ତୁହା ବର୍ଷା କାରଣରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଥିବା ବେଳେ ବର୍ଷା ସ୍ଥିତିକୁ ନେଇ ସମୀକ୍ଷା କରିଛନ୍ତି ଏସଆରସି ସତ୍ୟବ୍ରତ ସାହୁ । ସମସ୍ତ ଜିଲ୍ଲାପାଳଙ୍କ ସହ ଆଲୋଚନା କରି ସବୁ ପ୍ରକାର ସହାୟତା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହାଛଡା ବର୍ଷାରେ ପ୍ରଭାବିତ ଲୋକ ଯେପରି ସବୁ ପ୍ରକାର ସହାୟତା ପାଇବେ ତାହା ଉପରେ ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।

ଏହାଛଡା ପ୍ରବଳ ବର୍ଷା କାରଣରୁ ରାସ୍ତଘାଟ ସଫା କରିବାକୁ ଟିମ୍ ନିଯୁକ୍ତି ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ଟ୍ରାଫିକ ସମସ୍ୟା ସୁଧାରିବାକୁ ମଧ୍ୟ କହିଛନ୍ତି ଏସଆରସି ସତ୍ୟବ୍ରତ ସାହୁ । ଗତ ୨ ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । କିଛି ନଦୀରେ ଜଳସ୍ତର ବୃଦ୍ଧି ପାଇଥିବା ବେଳେ ଅନେକ ଅଞ୍ଚଳ ଏବେ ଜଳମଗ୍ନ ମଧ୍ୟ ହୋଇଥିବା ସୂଚନା ମିଳିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe