କନକ ବ୍ୟୁରୋ: ସେପ୍ଟେମ୍ବର ୨୧ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏଥିପାଇଁ ଆସନ୍ତାକାଲି ଯାଏଁ ୧୨ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହିତ ଏସଆରସି ମଧ୍ୟ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ଏନେଇ ସତର୍କ କରାଇଛନ୍ତି । ସେହିପରି ୨୦ତାରିଖରେ ୮ଜିଲ୍ଲାରେ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି ।
ପାଣିପାଗ ବିଭାଗର ସୂଚନା ମୁତାବକ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡିଶାରେ ବର୍ଷା ହେବ । ବାଲେଶ୍ୱର, ମୟୂରଭଞ୍ଜ ଏବଂ ଭଦ୍ରକରେ ଏହି ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି । ଏହି ସମୟରେ ଦକ୍ଷିଣ ଓଡିଶାରେ ଗୋଟିଏ କି ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ତାସହିତ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, କଟକ, ଢେଙ୍କାନାଳ, ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ମଧ୍ୟ ବର୍ଷା ହେବ । ଯେଉଁ କାରଣରୁ ଏହି ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପଟେ ଆସନ୍ତା ୫ ଦିନ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦେଇଛନ୍ତି ।
Heavy rainfall Warning pic.twitter.com/JULxC5HYQt
— SRC, Govt of Odisha (@SRC_Odisha) September 18, 2021
ସେପଟେ ବର୍ଷା ସମ୍ଭାବନା ଥିବାରୁ ଲୋକଙ୍କୁ ସଚେତନ କରିବାକୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି । ତା ସହିତ ବର୍ଷା ଓ ବନ୍ୟାକୁ ଦୃଷ୍ଟିରେ ରଖି ଆଗୁଆ ପଦକ୍ଷେପମାନ ଗ୍ରହଣ କରିବାକୁ କୁହାଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)
/kanak/media/post_attachments/wp-content/uploads/2021/09/4-31.jpg)