କନକ ବ୍ୟୁରୋ: ଓଡିଶାର ମିଷ୍ଟାନ୍ନଗୁଡିକ ଭିତରେ ରସଗୋଲା ଯେ କେତେ ଗୁରୁତ୍ୱ ବହନ କରେ ଏକଥା କୌଣସି ଓଡିଆକୁ ବୁଝାଇବା ଆବଶ୍ୟକ ନାହିଁ । ଶ୍ରୀଜଗନ୍ନାଥ ସଂସ୍କୃତିରେ ରସଗୋଲର ବେଶ୍ ଗୁରୁତ୍ୱ ରହିଛି । ପ୍ରତିବର୍ଷ ଚତୁର୍ଦ୍ଧା ମୂରତିଙ୍କ ନୀଳାଦ୍ରି ବିଜେ ଅବସରରେ ରସଗୋଲା ଭୋଗ ଲାଗୁଥିବାରୁ ଏହି ଦିନକୁ ରସଗୋଲା ଦିବସ ଭାବେ ପାଳନ କରାଯାଉଛି । ଏହାସହ ସାରା ବିଶ୍ୱରେ ରସଗୋଲାକୁ ଅଧିକ ପରିଚିତ କରିବା ଉଦ୍ଦେଶ୍ୟରେ ମଧ୍ୟ ଏହି ଦିବସକୁ ପାଳନ କରାଯାଏ ।
![](https://cdn-icons-png.flaticon.com/512/2504/2504957.png)
Kanak News is now on WhatsApp
Join and get latest news updates delivered to you via WhatsApp
୨୦୧୫ ଜୁଲାଇ ୩୦ ନୀଳାଦ୍ରିବିଜେ ଦିନ ଏହା ପ୍ରଥମେ ଆରମ୍ଭ ହୋଇଥିଲା । ଏହା ପ୍ରଥମେ ସୋସିଆଲ ମିଡିଆରୁ ଆରମ୍ଭ ହୋଇଥିଲ । ଏହାପରେ ୨୦୧୬ ଜୁଲାଇ ୧୭ ଠାରୁ ଏହି ଦିବସ ପାଳନ ହେଉଛି । ରସଗୋଲାକୁ ନେଇ ପଶ୍ଚିମବଙ୍ଗ ଓ ଓଡିଶା ମଧ୍ୟରେ ‘ମିଠାଯୁଦ୍ଧ’ ଆରମ୍ଭ ହୋଇଥିଲା । ପଶ୍ଚିମବଙ୍ଗ ‘ରସଗୁଲ୍ଲା’ ତାଙ୍କର ବୋଲି ଦାବି କରିଥିଲା । ୧୮୬୮ ମସହାରେ କଲିକତାରେ ନବୀନ ଚନ୍ଦ୍ର ଦାସ ପ୍ରଥମେ ‘ରସଗୁଲ୍ଲା’ ତିଆରି କରିଥିଲେ ବେଲି ଯୁକ୍ତି କରିଥିଲା ପଶ୍ଚିମବଙ୍ଗ । ତେବେ ୨୦୦୯ ମସିହା ଜୁଲାଇ ୨୯ ତାରିଖରେ ଓଡିଶାର ରସଗୋଲାକୁ ଜିଆଇ ଟ୍ୟାଗ୍ ମିଳିଥିଲା ।
ଘୋଷଯାତ୍ରାର ଅନ୍ତିମ ପର୍ବ ହେଉଛି ‘ନୀଳାଦ୍ରିବିଜେ’ । ଶ୍ରୀଗୁଣ୍ଡିଚା ମନ୍ଦିରରେ ରହଣି ପରେ ବାହୁଡା ଦଶମୀ ଦିନ ଠାକୁରମନେ ଶ୍ରୀମନ୍ଦିର ସିଂହଦ୍ୱାରକୁ ଫେରନ୍ତି । ସୁନାବେଶ ଓ ଅଧରପଣା ପରେ ଚତୁର୍ଦ୍ଧାମୂରତି ରତ୍ନସିଂହାସନକୁ ଫେରନ୍ତି । ଏହାକୁ ‘ନୀଳାଦ୍ରି ବିଜୟ’ ବା ‘ନୀଳାଦ୍ରିିବିଜେ’ କୁହାଯାଏ । ରଥାଯାତ୍ରାରେ ମହାଲକ୍ଷ୍ମୀଙ୍କୁ ସାଙ୍ଗରେ ନନେଇଥିବାରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉପରେ ଅଭିମାନ କରିଥାନ୍ତି ମା’ ମହାଲକ୍ଷ୍ମୀ । ଯେତେବେଳେ ଯାତ୍ରା ସାର ଶ୍ରୀମନ୍ଦୀରକୁ ଚତୁର୍ଦ୍ଧାମୂରତି ଫେରନ୍ତି ।ସେତେବେଳେ ଦେଢଶୁର ଓ ନଣନ୍ଦଙ୍କୁ ବାଟ ଛାଡିଥିଲେ ବି ପ୍ରାଣପ୍ରିୟ ଶ୍ରୀଜଗନ୍ନାଥଙ୍କ ପାଇଁ ଜୟବିଜୟ ଦ୍ୱାରକୁ ବନ୍ଦ କରି ଦିଅନ୍ତି ମା’ ମହାଲକ୍ଷ୍ମୀ । ତେଣୁ ମା’ଙ୍କର ଅଭିମାନକୁ ଶାନ୍ତ କରିବାକୁ ପାଟ ଶାଢୀ ସହ ରସଗୋଲା ଦେଇ ମାନଭଞ୍ଜନ କରନ୍ତି । ଏହାପରେ ମହାପ୍ରଭୁ ବଡ ଦେଉଲ ଭିତରକୁ ପ୍ରବେଶ କରିବାର ବିଧି ରହିଛି ।